ଶୁବମନ ଗିଲ୍‌ଙ୍କୁ ବିବାହ କରିବେ ରିଦ୍ଧିମା, ମୁହଁ ଖୋଲିଲେ ଅଭିନେତ୍ରୀ…

ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍‌ଙ୍କ ନା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବଂ ସୈଫ୍‌ ଅଲ୍ଲୀଙ୍କ ଝିଅ ସାରା ଅଲି ଖାନ୍‌ଙ୍କ ସହ ଜଡ଼ିତ ହେବା ଏବେ ଟେଲି ଅଭିନେତ୍ରୀ ରିଦ୍ଧିମା ପଣ୍ଡିତଙ୍କୁ ନେଇ ଚର୍ଚ୍ଚା ହେଉଛି। ଶୁବମନଙ୍କଠାରୁ ରିଦ୍ଧିମା ୧୦ ବର୍ଷ ବଡ଼। ଅନେକ ରିପୋର୍ଟରେ ଦର୍ଶାଯାଇଛି, ରିଦ୍ଧିମା ଏବଂ ଶୁବମନ ଚଳିତ ବର୍ଷ ଡିସେମ୍ବରରେ ବିବାହ କରିବାକୁ ଯାଉଛନ୍ତି। ତେବେ ରିଦ୍ଧିମା ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।

ରିଦ୍ଧିମା କହିଛନ୍ତି, ଏଥିରେ କୌଣସି ସତ୍ୟତା ନାହିଁ। ସେ ଶୁବମନଙ୍କୁ ବିବାହ କରୁନାହାନ୍ତି। ନିକଟରେ ଏକ ରିପୋର୍ଟ ଅନ୍‌ଲାଇନରେ ଭାଇରାଲ ହୋଇଥିଲା ଯେଉଁଥିରେ କୁହାଯାଇଥିଲା, ‘ବୋହୂ ହମାରି ରଜନୀକାନ୍ତ’ ଅଭିନେତ୍ରୀ ଡିସେମ୍ବର ୨୦୨୪ରେ ଶୁବମନଙ୍କୁ ବିବାହ କରିବେ।

ଏହାକୁ ନେଇ ରିଦ୍ଧିମା ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ କହିଛନ୍ତି, ମୁଁ ଶୋଇ ଉଠିଲା ବେଳକୁ ସକାଳୁ ମୋତେ ସାମ୍ବାଦିକମାନେ ମୋ’ ବିବାହ ବିଷୟରେ ପଚାରିବାରୁ ମୁଁ ତାଙ୍କୁ ପଚାରିଲି କେଉଁ ବିବାହ? ମୁଁ ବିବାହ କରୁନାହିଁ ଏବଂ ଯଦି ମୋ ଜୀବନରେ ଏହିପରି କିଛି ବିଶେଷ ଘଟଣା ଘଟେ, ତେବେ ମୁଁ ନିଜେ ଏହାକୁ ଘୋଷଣା କରିବି।ରିଦ୍ଧିମା ଆହୁରି କହିଛନ୍ତି, ଏହି ଖବରରେ କୌଣସି ସତ୍ୟତା ନାହିଁ।

କହିରଖୁଛୁ,‘ବୋହୂ ହମାରି ରଜନୀକାନ୍ତ’ରୁ ରିଦ୍ଧିମାଙ୍କୁ ବହୁ ଲୋକପ୍ରିୟତା ମିଳିଥିଲା। ସେ ଏହି ଶୋ’ ଜରିଆରେ ରାତାରାତି ଷ୍ଟାର ପାଲଟିଥିଲେ। ଏଥିରେ ସେ ଏକ ରୋବଟ ଭୂମିକାରେ ଅଭିନୟ କରିଥିଲେ। ‘ଖତ୍‌ରା ଖତ୍‌ରା ଖତ୍‌ରା’ ଭିଳି ଟିଭି ଶୋ ପାଇଁ ରିଦ୍ଧିମା ଜଣାଶୁଣା। ତାଙ୍କୁ ବିଗ୍‌ବସ୍‌ ଓଟିଟିର ପ୍ରଥମ ସିଜନରେ ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri