Posted inଖେଳ

ରିଦ୍ଧିମାନଙ୍କ ଷ୍ଟାଣ୍ଡବାଇ ଭରତ

ନୂଆଦିଲ୍ଲୀ, ୨୧।୫-
ଭାରତୀୟ କ୍ରିକେଟ ଦଳର ଇଂଲଣ୍ଡ ଟୁର୍‌ ପାଇଁ ଉଇକେଟକିପର ରିଦ୍ଧିମାନ ଶାହାଙ୍କ ଷ୍ଟାଣ୍ଡବାଇ ଭାବେ ଆନ୍ଧ୍ର ପ୍ରଦେଶର କେ.ଏସ. ଭରତଙ୍କୁ ଚୟନ କରାଯାଇଛି। ରିଦ୍ଧିମାନ ନିକଟରେ କୋଭିଡ୍‌-୧୯ ସଂକ୍ରମଣରୁ ମୁକୁଳିଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଭାରତ ଆଗାମୀ ଟୁର୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ନିର୍ଦ୍ଦେଶ ପାଇବା ପରେ ଭରତ ଗତ ୧୯ ତାରିଖରେ ମୁମ୍ବାଇରେ ପହଞ୍ଚତ୍ କ୍ୱାରାଣ୍ଟାଇନ୍‌ ଆରମ୍ଭ କରିଛନ୍ତି। ପୂର୍ବରୁ ଭାରତୀୟ ଦଳର ଅନ୍ୟ ସଦସ୍ୟମାନେ ମୁମ୍ବାଇରେ ନିଜ ନିଜ ହୋଟେଲ ରୁମ୍‌ରେ ୨ ସପ୍ତାହ ବିଶିଷ୍ଟ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଭାରତୀୟ ଦଳ ଜୁନ୍‌ ୨ରେ ଇଂଲଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ଭାରତ-ଏ ଦଳର ଜଣେ ନିୟମିତ ଉଇକେଟ କିପର ହେଲେ ଭରତ। ଗତ ଫେବୃୟାରୀ-ମାର୍ଚ୍ଚରେ ସେ ଭାରତର ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜରେ ମଧ୍ୟ ସେ ଷ୍ଟାଣ୍ଡବାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri