Posted inଫୁରସତ

୩୦ ବର୍ଷ ପୂର୍ବେ ହୋଇଥିଲା ବର-କନ୍ୟାଙ୍କ ମୃତ୍ୟୁ, ଏବେ ବିବାହ, ଭିଡିଓ ଦେଖିଲେ…

୩୦ ବର୍ଷ ପୂର୍ବେ ବର ଏବଂ କନ୍ୟାଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ପରିବାର ସଦସ୍ୟ ସେମାନଙ୍କ ବିବାହ କରିଛନ୍ତି। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି କର୍ନାଟକର ଡାକସିନା କନ୍ନଡ ଜିଲାରେ। ଏଠାରେ ଏକ ପାରମ୍ପରିକ ବିବାହ ଉତ୍ସବ କରାଯାଇଛି। ଏହା ଏକ ସାଧାରଣ ବିବାହ ନୁହେଁ, ଏହା ହେଉଛି ‘ପ୍ରିଥା କଲ୍ୟାଣମ୍‌’ ବା ‘ମୃତମାନଙ୍କର ବିବାହ’। ‘ପ୍ରିଥା କଲ୍ୟାଣମ୍‌’ ଏକ ପରମ୍ପରା, ଯାହାକି କର୍ନାଟକ ଏବଂ କେରଳର କିଛି ଅଂଶରେ ପାଳନ କରାଯାଇଥାଏ। ଏଠାରେ ଜନ୍ମ ସମୟରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ବିବାହ ରୀତିନୀତି କରାଯାଇଥାଏ। ଏଠାରେ ଥିବା ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକେ ସେମାନଙ୍କର ଆତ୍ମାକୁ ସମ୍ମାନ ଦେବା ପାଇଁ ଏପରି କରିଥା’ନ୍ତି।
ୟୁଟ୍ୟୁବର୍‌ ଆନି ଅରୁଣ ତାଙ୍କ ଟୁଇଟ୍‌ରେ ଏହି ଅଦ୍ଭୁତ ବିବାହର ପ୍ରତ୍ୟେକ ବିବରଣୀ ଶେୟାର କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ‘ମୁଁ ଆଜି ଏକ ବିବାହ ଉତ୍ସବରେ ଯୋଗଦେଉଛି। ଆପଣ ପଚାରିପାରନ୍ତି କାହିଁକି ଏହା ଏକ ଟୁଇଟ୍‌ଯୋଗ୍ୟ ଅଟେ। ତେବେ ବର ଏବଂ କନ୍ୟାର ପ୍ରାୟ ୩୦ ବର୍ଷ ପୂର୍ବେ ମୃତ୍ୟୁ ହୋଇଥିଲା ଏବଂ ସେମାନେ ଆଜି ବିବାହ କରିଛନ୍ତି।’
ଡାକସିନା କନ୍ନଡ଼ରେ ପାଳନ କରାଯାଉଥିବା ପରମ୍ପରାକୁ ବର୍ଣ୍ଣନା କରି ସେ ଟୁଇଟ କରି କହିଛନ୍ତି, ଏଠାରେ ଏହା ଏକ ଗମ୍ଭୀର ପରମ୍ପରା। ଯେଉଁମାନେ ଜନ୍ମ ସମୟରେ ମରନ୍ତି, ସେମାନେ ସାଧାରଣତଃ ଅନ୍ୟ ଏକ ସନ୍ତାନ ସହିତ ବିବାହ କରନ୍ତି, ଯିଏ ମଧ୍ୟ ଜନ୍ମ ସମୟରେ ମୃତ୍ୟୁବରଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri