ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ

ବୌଦ୍ଧ/ମନମୁଣ୍ଡା/କଣ୍ଟାମାଳ,୧୨।୧୦(ସ୍ବ.ପ୍ର./ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଗୁନ୍ଦୁଲିଆ ପଞ୍ଚାୟତର ସାଲେଇପଡା ଗ୍ରାମରେ ବେଆଇନ ଭାବେ ଚାଲିଥିବା ଏକ ବନ୍ଧୁକ କାରଖାନା ଉପରେ ମନମୁଣ୍ଡା ପୋଲିସ ଚଢ଼ାଉ କରି ଦେଶୀ ବନ୍ଧୁକ, ପିସ୍ତଲ ଓ ବନ୍ଧୁକ ତିଆରି ସରଞ୍ଜାମ ଜବତ କରିଛି। ଏହି ଘଟଣାରେ ଅଭିଯୁକ୍ତ ଶେଷଦେବ ବିନ୍ଧାଣୀ(୨୭)ଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ମଙ୍ଗଳବାର ଅପରାହ୍ନରେ ମନମୁଣ୍ଡା ଥାନାରେ ଏକ ଖବରଦାତା ସମ୍ମିଳନୀ କରି ବୌଦ୍ଧ ଏସ୍‌ଡିପିଓ ଆନନ୍ଦ ବର୍ଦ୍ଧନ ଗୁରୁ ଏହି ସୂଚନା ଦେଇଛନ୍ତି।
ସୂଚନା ମୁତାବକ, ମନମୁଣ୍ଡା ଥାନା ଶଗଡା ଫାଣ୍ଡି ଅନ୍ତର୍ଗତ ସାଲେଇପଡା ଗ୍ରାମର ଶେଷଦେବଙ୍କ ଘରେ ଦେଶୀ ବନ୍ଧୁକ ଓ ପିସ୍ତଲ ନିର୍ମାଣ କରାଯାଉଥିବା ନେଇ କୌଣସି ସୂତ୍ରରୁ ଖବରପାଇ ମନମୁଣ୍ଡା ପୋଲିସ ସୋମବାର ସନ୍ଧ୍ୟାରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ପୋଲିସ ବିନ୍ଧାଣୀଙ୍କ ଘରୁ ୪ ଗୋଟି ଦେଶୀ ବନ୍ଧୁକ,୨ ଗୋଟି ପିସ୍ତଲ, ୩ଟି ଜିଲୋଟିନ, ଅଧା ତିଆରି କେତେକ ବନ୍ଧୁକ ଓ ବନ୍ଧୁକ ତିଆରି ପାଇଁ ଆବଶ୍ୟକ ସରଞ୍ଜାମ ଜବତ କରିଥିଲା। ଏହି ବନ୍ଧୁକଗୁଡ଼ିକ ଅଞ୍ଚଳର ଅସାମାଜିକ ବ୍ୟକ୍ତି ଓ ଅପରାଧୀମାନଙ୍କୁ ବିକ୍ରି କରାଯାଉଥିବା ନେଇ ପୋଲିସ ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲା। ଏନେଇ ମନମୁଣ୍ଡା ଥାନାରେ ନଂ ୧୯୯/୨୨ରେ ଏକ ମାମଲା ରୁଜୁ ହୋଇଛି। ଏହି ବନ୍ଧୁକ କାରଖାନା କେବେଠାରୁ ଚାଲୁଥିଲା ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ କହିଛି। ଏହି କାରବାରରେ ଆଉ କେହି ସମ୍ପୃକ୍ତ ଅଛନ୍ତି କି ଓ ଏହାର ଚେର ରାଜ୍ୟ ବାହାରକୁ ଲମ୍ବିଛି କି ନାହିଁ ଖବରଦାତା ସମ୍ମିଳନୀରେ ପଚାରିବାରେ ଏହାର ତଦନ୍ତ ଚାଲିଥିବା ଏସ୍‌ଡିପିଓ ଗୁରୁ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ, ଗତ କିଛିବର୍ଷ ତଳେ ହରଭଙ୍ଗା ପୋଲିସ ପକ୍ଷରୁ କୁଶଙ୍ଗଠାରେ ଚାଲିଥିବା ଏକ ବେଆଇନ ବନ୍ଧୁକ କାରଖାନା ଉପରେ ଚଢାଉ କରାଯାଇ ବନ୍ଧୁକ ଜବତ ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri