ଜିଲା ଚିକିତ୍ସାଳୟରେ ଚଢ଼ାଉ

ଢେଙ୍କାନାଳ ଅଫିସ, ୨୨।୧୦: ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି. ଶୁକ୍ରବାର ଅପରାହ୍ନରେ ଅଚାନକ ଜିଲା ଚିକିତ୍ସାଳୟରେ ଚଢ଼ାଉ କରିଛନ୍ତି। ବିଭିନ୍ନ ରୋଗ ପରୀକ୍ଷା ପାଇଁ ଉଦ୍ଦିଷ୍ଟ ଅଟୋ ଆନାଲାଇଜ ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଥିବା ବେଳେ ଏହାକୁ ୧୫ଦିନ ମଧ୍ୟରେ କାର୍ଯ୍ୟକ୍ଷମ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଅଟୋ ଆନାଲାଇଜର କାମ କରୁ ନ ଥିବାରୁ ରୋଗୀମାନେ ଘରୋଇ ପାଥୋଲାବ ଏବଂ ଆବଶ୍ୟକସ୍ଥଳେ କଟକ ଯାଇ ଖର୍ଚ୍ଚାନ୍ତ ହେଉଛନ୍ତି। ଅଟୋ ଆନାଲାଇଜର ପ୍ରକୋଷ୍ଠ ବୁଲି ଦେଖିବା ବେଳେ ଏହାକୁ ନେଇ ଜିଲାପାଳ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଉଭୟ ଅଧିକାରୀ ସ୍ତ୍ରୀ ଓ ପ୍ରସୂତି ବିଭାଗ, ମହିଳା ଓ ପୁରୁଷ ମେଡିସିନ ୱାର୍ଡ, ଆଉଟ୍‌ଡୋର, ରଞ୍ଜନରଶ୍ମି ବିଭାଗ ଲାବୋରେଟୋରି ପ୍ରକୋଷ୍ଠ ପରିଦର୍ଶନ କରିବା ସହ ମିଳୁଥିବା ଚିକିତ୍ସା ସୁବିଧା, କର୍ମଚାରୀଙ୍କ ବ୍ୟବହାର ସମ୍ପର୍କରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ସହିତ ଆଲୋଚନା କରିଥିଲେ। ଡାକ୍ତର, ନର୍ସ ଏବଂ କର୍ମଚାରୀ ନିୟମିତ ଆସୁଛନ୍ତି କି ନାହିଁ, ତାହା ଯାଞ୍ଚ କରିଥିଲେ। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ପରାମର୍ଶ ଦେଇଥିଲେ। ଚିକିତ୍ସାଳୟ ସମ୍ମୁଖରେ ବେଆଇନ ପାର୍କିଂକୁ ନିୟନ୍ତ୍ରଣ କରିବା, ସ୍ବାସ୍ଥ୍ୟକେନ୍ଦ୍ରକୁ ଦଲାଲମୁକ୍ତ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସଂକ୍ରାନ୍ତରେ ଜିଲାପାଳ କୁହନ୍ତି, ସରକାରୀ ନିର୍ଦ୍ଦେଶ ଅନୁଯାୟୀ ଜିଲା ଚିକିତ୍ସାଳୟ ପରିଦର୍ଶନ କରିଥିଲୁ। ଦୈନିକ ଜିଲା ଚିକିତ୍ସାଳୟ ବୁଲି ଦେଖିବା ପାଇଁ ସିଡିଏମ୍‌ଓଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri