ବାଇକ୍‌ ସହ ଜଳିଗଲେ ଚାଳକ

ଗୋପାଳପୁର,୨।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ କନିସି ଗ୍ରାମ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ବାଇକ୍‌ ଚାଳକ ଜୀବନ୍ତ ଜଳି ଯାଇଛନ୍ତି। ଅନ୍ୟପକ୍ଷେ ବାଇକ୍‌ ପଛପଟେ ବସିଥିବା ଅନ୍ୟଜଣେ ଗୁରୁତ୍ୱର ଆହତ ହୋଇଛନ୍ତି।

ମୃତକ ଜଣକ ହେଲେ କେ. ନୂଆଗାଁ ଥାନା ଅଧୀନ ବୃନ୍ଦାବନଚନ୍ଦ୍ରପୁର ଗ୍ରାମର ଅଜିତ କୁମାର ସାହୁ। ଗୁରୁତ୍ୱର ଆହତ ଜଣକ ରତ୍ନାକର ପାଣିଗ୍ରାହୀ ବୋଲି ସୂଚନା ମିଳିଛି । ଏ ନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, କେ. ନୂଆଗାଁ ଥାନା ଅଧୀନ ବୃନ୍ଦାବନଚନ୍ଦ୍ରପୁର ଗ୍ରାମର ଅଜିତ ଓ ରତ୍ନାକର ଗୁରୁବାର ବିଳମ୍ବିତ ରାତିରେ ଏକ ପଲ୍‌ସର ବାଇକ୍‌ରେ ବ୍ରହ୍ମପୁର ବଡ଼ ମେଡିକାଲ ଯାଉଥିଲେ। ହେଲେ ଜାତୀୟ ରାଜପଥ କନିସି ଗ୍ରାମ ନିକଟରେ ଅନ୍ୟ ଏକ ଗାଡି ସହ ଅଜିତଙ୍କ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ବାଇକ୍‌ ଭାରସାମ୍ୟ ହରାଇ ତଳେ ପଡିିଯିବା ସହ ବାଇକ୍‌ରେ ନିଆଁ ଲାଗଯାଇଥିଲା। ଏପରିକି ଅଜିତଙ୍କ ଦେହରେ ନିଆଁ ଲାଗିଯାଇଥିଲା। ଏପରିକି ବାଇକ୍‌ ପଛପଟେ ବସିଥିବା ରତ୍ନାକର ରାସ୍ତାରେ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ।

ଖବର ପାଇ ଗୋଳନ୍ଥରା ଥାନା ପୋଲିସ ଓ କନିସି ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରଥିଲେ। ଆହତଙ୍କୁ ପୋଲିସ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟପୂର୍ଣ୍ଣ ଥିବା ବେଳେ ସେ ଆଇସିୟୁରେ ଜୀବନ ସହ ସଂଗ୍ରମ କରୁଛନ୍ତି । ଅନ୍ୟ ପକ୍ଷେ ଅଜିତଙ୍କ ଦେହର ୭୦ ଭାଗରୁ ଊର୍ଦ୍ଧ୍ୱପୋଡି ହୋଇ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ଼ ମେଡିକାଲ ପଠାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୩୦୮/୨୪) ରୁଜୁ କରିଛି । ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri