ବାଇକ୍‌ ସହ ଜଳିଗଲେ ଚାଳକ

ଗୋପାଳପୁର,୨।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ କନିସି ଗ୍ରାମ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ବାଇକ୍‌ ଚାଳକ ଜୀବନ୍ତ ଜଳି ଯାଇଛନ୍ତି। ଅନ୍ୟପକ୍ଷେ ବାଇକ୍‌ ପଛପଟେ ବସିଥିବା ଅନ୍ୟଜଣେ ଗୁରୁତ୍ୱର ଆହତ ହୋଇଛନ୍ତି।

ମୃତକ ଜଣକ ହେଲେ କେ. ନୂଆଗାଁ ଥାନା ଅଧୀନ ବୃନ୍ଦାବନଚନ୍ଦ୍ରପୁର ଗ୍ରାମର ଅଜିତ କୁମାର ସାହୁ। ଗୁରୁତ୍ୱର ଆହତ ଜଣକ ରତ୍ନାକର ପାଣିଗ୍ରାହୀ ବୋଲି ସୂଚନା ମିଳିଛି । ଏ ନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, କେ. ନୂଆଗାଁ ଥାନା ଅଧୀନ ବୃନ୍ଦାବନଚନ୍ଦ୍ରପୁର ଗ୍ରାମର ଅଜିତ ଓ ରତ୍ନାକର ଗୁରୁବାର ବିଳମ୍ବିତ ରାତିରେ ଏକ ପଲ୍‌ସର ବାଇକ୍‌ରେ ବ୍ରହ୍ମପୁର ବଡ଼ ମେଡିକାଲ ଯାଉଥିଲେ। ହେଲେ ଜାତୀୟ ରାଜପଥ କନିସି ଗ୍ରାମ ନିକଟରେ ଅନ୍ୟ ଏକ ଗାଡି ସହ ଅଜିତଙ୍କ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ବାଇକ୍‌ ଭାରସାମ୍ୟ ହରାଇ ତଳେ ପଡିିଯିବା ସହ ବାଇକ୍‌ରେ ନିଆଁ ଲାଗଯାଇଥିଲା। ଏପରିକି ଅଜିତଙ୍କ ଦେହରେ ନିଆଁ ଲାଗିଯାଇଥିଲା। ଏପରିକି ବାଇକ୍‌ ପଛପଟେ ବସିଥିବା ରତ୍ନାକର ରାସ୍ତାରେ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ।

ଖବର ପାଇ ଗୋଳନ୍ଥରା ଥାନା ପୋଲିସ ଓ କନିସି ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରଥିଲେ। ଆହତଙ୍କୁ ପୋଲିସ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟପୂର୍ଣ୍ଣ ଥିବା ବେଳେ ସେ ଆଇସିୟୁରେ ଜୀବନ ସହ ସଂଗ୍ରମ କରୁଛନ୍ତି । ଅନ୍ୟ ପକ୍ଷେ ଅଜିତଙ୍କ ଦେହର ୭୦ ଭାଗରୁ ଊର୍ଦ୍ଧ୍ୱପୋଡି ହୋଇ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ଼ ମେଡିକାଲ ପଠାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୩୦୮/୨୪) ରୁଜୁ କରିଛି । ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri