ପଶ୍ଚିମବଙ୍ଗରେ ହେରଫେର, ଭୁବନେଶ୍ୱରରେ ବଡ଼ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୮ା୧୨(ସୂର୍ଯ୍ୟକାନ୍ତ ବେହେରା): ପଶ୍ଚିମବଙ୍ଗର ଏକ ନିର୍ମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ୍‌ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ୍‌ ଚଢ଼ାଉକରି ଏକ ଦାମୀ ଗାଡ଼ିରୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଛି। ଏଥିସହ ପୋଲିସ ସହଯୋଗରେ ୪ଜଣଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି। ଅଟକ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଓଡ଼ିଶାର ବିଲ୍ଡର ହୋଇଥିବାବେଳେ ଆଉ ଜଣେ କେନ୍ଦ୍ରୀୟ ଅବସରପ୍ରାପ୍ତ ଅଧିକାରୀ ବୋଲି ଜଣାପଡ଼ିଛି। ଅନ୍ୟ ୨ଜଣ କିଏ ସେ ସମ୍ପର୍କରେ ପୋଲିସ କିମ୍ବା ସିବିଆଇ ଅଧିକାରୀଙ୍କ ନିକଟରୁ କୌଣସି ସୂଚନା ମିଳିପାରି ନାହିଁ।

ସୂଚନାନୁସାର ଶନିବାର ରାତି ପ୍ରାୟ ୯ଟା ୧୦ରେ ଉକ୍ତ ହୋଟେଲ ସମ୍ମୁଖ ରାସ୍ତାରେ ଓଡି-୦୫-୯୯୯୯ ନମ୍ବର ବିଶିଷ୍ଟ ମର୍ସିଡିଜ୍‌ କାର୍‌ରେ ୪ଜଣ ବ୍ୟକ୍ତି ଯାଉଥିବାବେଳେ ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଏକ ସିବିଆଇ ଟିମ୍‌ ଚଢ଼ାଉ କରିଥିଲା। ଏହାପରେ ଗାଡ଼ିକୁ ଯାଞ୍ଚ କରିବାରୁ ଏକ ବ୍ୟାଗ୍‌ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବାହାରିଥିଲା। ଏହି ସମୟରେ କାର୍‌ରେ ଥିବା ବ୍ୟକ୍ତିଙ୍କ ସହ ସିବିଆଇ ଅଧିକାରୀଙ୍କ ଯୁକ୍ତିତର୍କ ହୋଇଥିଲା। ଏନେଇ ସିବିଆଇ ଟିମ୍‌ ସ୍ଥାନୀୟ ପୋଲିସକୁ ସୂଚନା ଦେବା ପରେ ନୟାପଲ୍ଲୀ ଓ ମୈତ୍ରୀ ବିହାର ପୋଲିସ ପହଞ୍ଚତ୍ ପଶ୍ଚିମବଙ୍ଗରେ ହେରଫେର ଉକ୍ତ ମର୍ସିଡିଜ୍‌ ଗାଡ଼ିକୁ ଜବତ କରିବା ସହ ଗାଡ଼ିରେ ଥିବା ଲୋକମାନଙ୍କୁ ଥାନାକୁ ନେଇଥିଲା। ସେଠାରୁ ସିବିଆଇ ଅଧିକାରୀମାନେ ସେମାନଙ୍କୁ ଅନ୍ୟ ସ୍ଥାନକୁ ନେଇ ପଚରାଉଚରା କରୁଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଧରାପଡ଼ିଥିବା ଓଡ଼ିଶାର ବିଲ୍‌ଡର ଜଣକ ପଶ୍ଚିମବଙ୍ଗରେ ଏକ ନିର୍ମାଣ କାମ ଆଣିଥିଲେ। ସେହି କାମରେ ହେରଫେର ନେଇ ୧୫ଦିନ ତଳେ ସିବିଆଇରେ ଅଭିଯୋଗ ହୋଇଥିଲା। ତାଙ୍କୁ ଧରିବା ପାଇଁ ସିବିଆଇ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri