ସୂଚନା ଅଧିକାର କର୍ମୀ, ସ୍ତ୍ରୀଙ୍କୁ ମାଡ଼ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ ଦାବି

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପ ଓ ଅନୁଦାନ ସଂକ୍ରାନ୍ତରେ ସୂଚନା ଅଧିକାର ଆଇନ (ଆରଟିଆଇ) ବଳରେ ତଥ୍ୟ ମାଗିବାରୁ ସୂଚନାଧିକାର କର୍ମୀ ଓ ତାଙ୍କ ସ୍ତ୍ରୀଙ୍କ ରାସ୍ତାରେ ଘୋଷାଡି ମରଣାନ୍ତକ ଆକ୍ରମଣ ହୋଇଛି। ଏନେଇ ଅଭିଯୋଗ ହେବାପରେ ଦଶରଥପୁର ଥାନା ପୋଲିସ ୧୬୫/୨୦୨୪ ନମ୍ବରରେ ମାମଲା ରୁଜୁ କରିବା ସହ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାହାସୋଇ ଗ୍ରାମର ଦୀପ୍ତିରଞ୍ଜନ ପାଣିଗ୍ରାହୀ ଓ ମହେଶ୍ୱର ସେଠୀ। ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ଆବାହକ ପ୍ରଦୀପ ପ୍ରଧାନ, ସର୍ବେଶ୍ୱର ବେହୁରା ପ୍ରମୁଖ ଶନିବାର ଘଟଣାସ୍ଥଳ ପରିଦର୍ଶନରେ ଯାଇ ସତ୍ୟାସତ୍ୟ ଅନୁସନ୍ଧାନ କରିବା ସହ ଏଥିରେ ମୁଖ୍ୟ ଅଭିଯୁକ୍ତ ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଯାଜପୁର ଏସ୍‌ପି ୟଶ ପ୍ରତାପ ଶ୍ରୀମଲ କହିଛନ୍ତି, ଘଟଣାକୁ ପୋଲିସ ଗୁରୁତ୍ୱର ସହ ଗ୍ରହଣ କରିଛି। ୨ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ୩ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଏକ ସ୍ବତନ୍ତ୍ର ଦଳ ଗଠନ କରାଯାଇଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଧରାଯିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।
ଅଭିଯୋଗ ଅନୁସାରେ, ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ଅଶୋକ କୁମାର ପତି ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁନୀତିକୁ ନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଥିଲେ। ଏହାକୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ଅଧୀନରେ ଚାଲିଥିବା କେତେକ ଉନ୍ନୟନ ପ୍ରକଳ୍ପକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସରପଞ୍ଚଙ୍କ ସ୍ବାମୀ ଓ ତାଙ୍କ ସମର୍ଥକମାନେ ସୂଚନା ଅଧିକାର କର୍ମୀ ଅଶୋକ ପତି ଓ ତାଙ୍କ ସ୍ତ୍ରୀ ଲଳିତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ଲଳିତାଙ୍କୁ ଧକ୍କା ଦେବାରୁ ସେ ତଳେ ପଡିଯାଇ ଗୁରୁତର ଆହତ ହୋଇଥିଲେ। ତାଙ୍କ ମୋବାଇଲ ଫୋନ ଛଡ଼ାଇ ନେବା ସହ ଲଳିତାଙ୍କୁ ଟଣାଓଟରା କରିଥିଲେ। ଭାଜପା ନେତ୍ରୀ ବବିତା ମଲ୍ଲିକ, ନିରଞ୍ଜନ ବେହୁରିଆ, ହୃଦାନନ୍ଦ କଦମସିଂହ, ଶ୍ରୀମନ୍ତ ପାତ୍ର, ବିକାଶ କୁମାର ଧଳ ପ୍ରମୁଖ ଅଶୋକ ଏବଂ ଲଳିତାଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହାସହ ସେମାନେ ଥାନାଧିକାରୀ ବଦ୍ରିକା ନାଥ ବେହେରାଙ୍କୁ ଭେଟି ମୁଖ୍ୟ ଅଭିଯୁକ୍ତ ତଥା ସରପଞ୍ଚଙ୍କ ସ୍ବାମୀ ଓ ଅନ୍ୟ ଅଭିଯୁକ୍ତମାନଙ୍କୁ ଅବିଳମ୍ବେ ଗିରଫ କରାଯିବାକୁ ଦାବି କରିଛନ୍ତି l

ଏନ୍‌ଏଚ୍‌ଆର୍‌ସିରେ ମାମଲା

ପାଣିକୋଇଲି,(ବିକାଶ ମଲ୍ଲିକ)
ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ତଥ୍ୟ ମାଗିଥିବାରୁ ସୂଚନା ଅଧିକାର କର୍ମୀ ଅଶୋକ କୁମାର ପତି ଓ ତାଙ୍କ ସ୍ତ୍ରୀଙ୍କୁ କେତେଜଣ ଅର୍ଦ୍ଧଉଲଗ୍ନ କରି ମାଡ଼ ମାରିଛନ୍ତି। ଏନେଇ ଓଡ଼ିଶା ସୂଚନା ଅଧିକାର ଅଭିଯାନର ଆବାହକ ପ୍ରଦୀପ ପ୍ରଧାନ ଦଶରଥପୁରରେ ପହଞ୍ଚତ୍ ଘଟଣାର ସମୀକ୍ଷା କରିଛନ୍ତି। ପରେ ତାଙ୍କ ପରାମର୍ଶକ୍ରମେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ରେ ଘଟଣାକୁ ନେଇ ଏକ ମାମଲା ଦାଏର କରାଯାଇଛି। ପାଣିକୋଇଲି ଅଞ୍ଚଳର ସୂଚନା ଅଧିକାର ଓ ମାନବାଧିକାର କର୍ମୀ ତାରିଣୀ କୁମାର ପଟ୍ଟନାୟକ ଏହି ମାମଲା ଦାଏର କରିଛନ୍ତି। ଏଥିରେ ସେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ କରି ପିଟିଶନ ଫାଇଲ କରିବା ସହିତ ଅଶୋକଙ୍କ ପରିବାରକୁ ସୁରକ୍ଷା ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି। ମାନବ ଅଧିକାର କମିଶନ ଘଟଣାକୁ ଗୁରୁତ୍ୱର ସହ ନେଇ ଏକ ମାମଲା (୧୮୫୩୨/ଆଇ/ଏନ ୨୦୨୪) ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri