Posted inଖେଳ

ଲଦାଖରେ କ୍ରୀଡ଼ା ସୁବିଧାର ଶିଳାନ୍ୟାସ କଲେ ରିଜିଜୁ

ଲେହ (ଲଦାଖ),୧୫ା୯ (ପି.ଟି.)-ନବଗଠିତ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବିଭିନ୍ନ କ୍ରୀଡ଼ା ସୁବିଧା ଲାଗି ସୋମବାର ଶିଳାନ୍ୟାସ କରିଛନ୍ତି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ। ତନ୍ମଧ୍ୟରେ ଏକ ସିନ୍ଥେଟିକ୍‌ ଟ୍ରାକ୍‌, ଫୁଟ୍‌ବଲ ପାଇଁ ଆଷ୍ଟ୍ରୋଟର୍ଫ ରହିଛି। ଏହି ଅବସରରେ ରାଜ୍ୟପାଳ ତଥା ଲ୍ୟୁଟ୍‌ନାଣ୍ଟ ଗଭର୍ନର ଆର.କେ. ମାଥୁର ଉପସ୍ଥିତ ଥିଲେ। ଲେହସ୍ଥିତି ଲେହତ୍‌ ଓପନ ଷ୍ଟାଡିୟମରେ ସିନ୍ଥେଟିକ୍‌ ଟ୍ରାକ୍‌ ଓ ଫୁଟ୍‌ବଲ ପାଇଁ ଆଷ୍ଟ୍ରୋଟର୍ଫ ବିଛାଯିବ। ଏବାବଦରେ ୧୦.୬୮କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି। ଏହା କାର୍ଯ୍ୟ ୨୦୨୧ ଜାନୁୟାରୀ ସୁଦ୍ଧା ଶେଷ ହେବ ବୋଲି ସ୍ଥିର ହୋଇଥିବା କ୍ରୀଡ଼ାମନ୍ତ୍ରୀ ସୂଚନା ଦେଇଛନ୍ତି। ଏନଡିଏସ୍‌ ଇନ୍‌ଡୋର ଷ୍ଟାଡିୟମରେ ୧.୫୨ କୋଟି ଟଙ୍କା ବ୍ୟୟରେ ଏକ ଜିମ୍ନାସିୟମ ହଲ୍‌ ନିର୍ମାଣ ହେବ। ୨୦୨୧ ମାର୍ଚ୍ଚ ସୁଦ୍ଧା ଏହା କାର୍ଯ୍ୟକାରୀ ହେବ। ଦେଶରେ କ୍ରୀଡ଼ା ସଂସ୍କୃତିର ବିକାଶ କ୍ଷେତ୍ରରେ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଏହି ଅବସରରେ ଉଦ୍‌ବୋଧନ ଦେଇ ରିଜିଜୁ କହିଥିଲେ। ସ୍ଥାନୀୟ ପ୍ରତିଭାସମ୍ପନ୍ନ କ୍ରୀଡ଼ାବିତ୍‌ଙ୍କୁ ଉତ୍ସାହିତ କରିବା ଲାଗି ଲଦାଖ ୟୁଟି ପ୍ରଶାସନ ତରଫରୁ ପୁରସ୍କାର ଏବଂ ଚାକିରି ବ୍ୟବସ୍ଥା କରିବା ଉଚିତ୍‌ ବୋଲି ସେ କହିଥିଲେ। ଲ୍ୟୁଟନାଣ୍ଟ ଗଭର୍ନର ମାଥୁର କହିଥିଲେ, ଏଠାରେ ଶୀତକାଳୀନ କ୍ରୀଡ଼ାର ଅଭିଜ୍ଞତା ହାସଲ କରିବା ଲାଗି ଦେଶର ଅନ୍ୟାନ୍ୟ ଅଞ୍ଚଳରୁ ଲୋକେ ଏଠାକୁ ଆସିବା ଉଚିତ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri