ଷ୍ଟୋର୍‌, ଇ-କମର୍ସର ସମ୍ପ୍ରସାରଣ କରିବ ଆର୍‌ଆଇଏଲ୍‌

ମୁମ୍ବାଇ,୯।୮: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ପକ୍ଷରୁ ରିଟେଲ୍‌ କ୍ଷେତ୍ରରେ ୨୦୨୧-୨୨ ଆର୍ଥିକ ବର୍ଷରେ ୩୦,୦୦୦ କୋଟି ଟଙ୍କା ନିବେଶ କରାଯାଇଛି। ସେହିଭଳି ଗତ ଆର୍ଥିକ ବର୍ଷରେ କମ୍ପାନୀ ୨,୫୦୦ ନୂଆ ଷ୍ଟୋର୍‌ ଯୋଡ଼ିଥିବା ବେଳେ ଏହାର ମୋଟ ଷ୍ଟୋର ସଂଖ୍ୟା ୧୫,୧୯୬ ରେ ପହଞ୍ଚତ୍ଛି। ହାରାହାରି ଭାବେ ରିଲାଏନ୍ସ ରିଟେଲ୍‌ ଦୈନିକ ସାତଟି ଷ୍ଟୋର୍‌ ଖୋଲିଛି। ଏହି ଆର୍ଥିକ ବର୍ଷରେ ରିଲାଏନ୍ସ ରିଟେଲ୍‌ ୧୧.୧ ନିୟୁତ ବର୍ଗଫୁଟର ଓୟାର ହାଉସ୍‌ ସ୍ଥାନ ଯୋଡ଼ିଛି। ଫଳରେ କମ୍ପାନୀର ଓୟାରହାଉସ୍‌ ସ୍ଥାନ ପରିମାଣ ୨୨.୭ ନିୟୁତ ବର୍ଗଫୁଟକୁ ବୃଦ୍ଧି ପାଇଛି ବୋଲି ଆର୍‌ଆଇଏଲ୍‌ର ୨୦୨୧-୨୨ ବାର୍ଷିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ଆର୍‌ଆଇଏଲ୍‌ର ବାର୍ଷିକ ରିପୋର୍ଟ ଅନୁଯାୟୀ, ରିଲାଏନ୍ସ ରିଟେଲ୍‌ ଗତ ଆର୍ଥିକ ବର୍ଷରେ ୧.୫ ଲକ୍ଷରୁ ଅଧିକ ନିଯୁକ୍ତି ଯୋଡ଼ିଥିବାରୁ କମ୍ପାନୀର ମୋଟ କର୍ମଚାରୀ ସଂଖ୍ୟା ୩.୬୧ ଲକ୍ଷକୁ ବୃଦ୍ଧି ପାଇଛି। ନିଜର ସୋର୍ସିଂ ବ୍ୟବସ୍ଥାକୁ ଦୃଢ଼ କରିବା ଲାଗି କମ୍ପାନୀ ଉତ୍ପାଦନକାରୀ, ଏମ୍‌ଏସ୍‌ଏମ୍‌ଇ, ସେବା ପ୍ରଦାନକାରୀ ଓ ସ୍ଥାନୀୟ ଓ ଆନ୍ତର୍ଜାତିକ ବ୍ରାଣ୍ଡ୍‌ କମ୍ପାନୀସହ ଯୋଡ଼ି ହୋଇ କାମ କରିଛି। ଅପରପକ୍ଷରେ ପୂର୍ବବର୍ଷ ତୁଳନାରେ ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀର ବ୍ୟବସାୟୀ ସହଭାଗିତା ଓ ଡିଜିଟାଲ୍‌ କମର୍ସ ଉଲ୍ଳେଖନୀୟ ଅଭିବୃଦ୍ଧି ହାସଲ ସହ ମୋଟ ରାଜସ୍ବର ୧୭%ରେ ପହଞ୍ଚତ୍ଛି, ଯାହା ୨୦୨୦-୨୧ ବର୍ଷରେ ୧୦% ରହିଥଲା। ଆଗାମୀ ଦିନରେ ରିଲାଏନ୍ସ ରିଟେଲ୍‌ ଏହାର ନୂଆ ଷ୍ଟୋର୍‌ ସମ୍ପ୍ରସାରଣକୁ ତ୍ୱରାନ୍ବିତ କରିବା ଓ ଡିଜିଟାଲ୍‌ କମର୍ସ ବ୍ୟବସାୟକୁ ବଢ଼ାଇବା ଉପରେ ଗୁରୁତ୍ୱାରୋପ କରିବ ବୋଲି ବାର୍ଷିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗତ ଆର୍ଥିକ ବର୍ଷରେ ରିଲାଏନ୍ସ ରିଟେଲ୍‌ ନ୍ୟୁ କମର୍ସ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ବ୍ୟବସାୟୀ ସହଭାଗୀଙ୍କ ସଂଖ୍ୟା ୩ଗୁଣା ବଢ଼ିଥିବା ବେଳେ ଡିଜିଟାଲ୍‌ କମର୍ସ ଅର୍ଡର ପର୍ବ ବର୍ଷ ତୁଳନାରେ ଅଢ଼େଇ ଗୁଣା ବୃଦ୍ଧି ହୋଇଛି। ସେହିଭଳି, ପଞ୍ଜୀକୃତ ଗ୍ରାହକଙ୍କ ସଂଖ୍ୟା ୨୪% ବୃଦ୍ଧି ପାଇ ୧୯.୩ କୋଟିରେ ପହଞ୍ଚତ୍ଛି। ଏହି ଆର୍ଥିକ ବର୍ଷରେ ରିଲାଏନ୍ସ ରିଟେଲ୍‌ କଞ୍ଜୁମର ଇଲେକ୍ଟ୍ରୋନିକ୍ସ ଓ ଫାର୍ମା ବ୍ୟବସାୟୀଙ୍କ ପାଇଁ ନ୍ୟୁ କମର୍ସ ସେବାର ଶୁଭାରମ୍ଭ କରିଥିଲା। ୨୦୨୧-୨୨ରେ କମ୍ପାନୀ ଜଷ୍ଟ ଡାଏଲ୍‌ର ସିଂହଭାଗ ଅଂଶଧନ କିଣିବା ସହ ବହୁ ଭାରତୀୟ ଓ ବିଦେଶୀ ବ୍ରାଣ୍ଡ୍‌ର ଫ୍ରାଞ୍ଚାଇଜ ଅଧିକାରକୁ ମଧ୍ୟ ଅଧିଗ୍ରହଣ କରିଥିଲା। ସେ ସବୁ ନେଇ କମ୍ପାନୀ ନୂଆ ବ୍ରାଣ୍ଡ୍‌ ବିକାଶ କରିବ, ଅଧିଗ୍ରହଣର ସମନ୍ବୟ କରିବ ଓ ନୂଆ ବ୍ୟବସାୟର ଶୁଭାରମ୍ଭ ସହ ତାହାକୁ ବ୍ୟାପକ କରିବ। ୨୦୨୨ ମାର୍ଚ୍ଚ ୩୧ସୁଦ୍ଧା ଶେଷ ହୋଇଥିବା ଗତ ଆର୍ଥିକ ବର୍ଷରେ ରିଲାଏନ୍ସ ରିଟେଲ୍‌ ପ୍ରାୟ ୨ଲକ୍ଷ କୋଟି ଟଙ୍କାର କମ୍ପାନୀରେ ପରିଣତ ହୋଇଛି ଓ ଆଲୋଚ୍ୟ ଆର୍ଥିକ ବର୍ଷରେ ଏହାର ବିକ୍ରି ଓ ସେବାର ମୂଲ୍ୟ ୧,୯୯,୭୪୯ କୋଟି ଟଙ୍କା ରହିଥିଲା। ଭାରତର କ୍ଷୁଦ୍ର ସହରଗୁଡ଼ିକ ଯୋଗୁ ଏହି ଅଭିବୃଦ୍ଧି ସମ୍ଭବ ହୋଇଛି। ରିଲାଏନ୍ସ ରିଟେଲ୍‌ର ଦୁଇ ତୃତୀୟାଂଶ ଷ୍ଟୋର୍‌ ଟିୟର-୨ ସହର କିମ୍ବା ତା’ଠାରୁ ଛୋଟ ସହରଗୁଡ଼ିକରେ ରହିଛି। ଛୋଟ ସହରଗୁଡ଼ିକରେ ଆଗୁଆ ପହଞ୍ଚତ୍ଥିବା କାରଣରୁ କମ୍ପାନୀ ଗ୍ରାହକମାନଙ୍କୁ ପାଖରେ ରଖିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?