ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ ରୋଡ୍‌ର ଘାଇ ଦେଇ ବନ୍ୟାଜଳ ସିଧାସଳଖ ଆନନ୍ଦପୁର ସହର ଭିତରକୁ ପଶିବାରୁ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଆତଙ୍କର ବାତାବରଣ ଦେଖାଦେଇଛି। ଲଗାଣ ବର୍ଷା ଏବଂ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବା କାରଣରୁ ପୂର୍ବରୁ ବନ୍ୟାର ଦୁର୍ଦ୍ଦଶା ଭୋଗିଥିବା ଜନସାଧାରଣ ପୁଣିଥରେ ବନ୍ୟାଜଳ ଘେରରେ ପଡ଼ିବା ଆଶଙ୍କାରେ ଆତଙ୍କିତ ହୋଇପଡ଼ିଛନ୍ତି।

ଗତ ବନ୍ୟା ସମୟରେ ରିଙ୍ଗ ରୋଡ୍‌ର ବିଭିନ୍ନ ସ୍ଥାନରେ ବଡ଼ବଡ଼ ଘାଇ ସୃଷ୍ଟି ହୋଇ ରାସ୍ତାର ଅନେକ ଅଂଶ ଧୋଇଯାଇଥିଲା। ଏହି ସମସ୍ୟା ଯୋଗୁ ସମଗ୍ର ଆନନ୍ଦପୁର ସହରର ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶାସନିକ କାର୍ଯ୍ୟଦକ୍ଷତା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ପ୍ରଶାସନ ପକ୍ଷରୁ ତୁରନ୍ତ ଘାଇ ମରାମତି କରାଯାଇ ଲୋକଙ୍କୁ ସୁରକ୍ଷା ଓ ଆଶ୍ୱସ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲେ ହେଁ, ପନ୍ଦର ଦିନରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ କାମ କାହିଁକି ସମ୍ପୂର୍ଣ୍ଣ ହେଲାନାହିଁ, ତାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ଏବେ ପୁଣିଥରେ ସେହି ଘାଇ ଦେଇ ବନ୍ୟାଜଳ ସହର ମୁହାଁ ହେବା ଘଟଣା ସାଧାରଣ ଲୋକଙ୍କ ଚିନ୍ତାକୁ ବହୁଗୁଣିତ କରିଦେଇଛି। ବିଶେଷକରି ଘାଇ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଗରୀବ ପରିବାରଗୁଡ଼ିକ ନିଜର ଘରଦ୍ୱାର, ଗୃହପାଳିତ ପଶୁ ଏବଂ ଜୀବନଜୀବିକାର ସାମଗ୍ରୀକୁ ନେଇ ଅତ୍ୟନ୍ତ ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି। ପୂର୍ବ ବନ୍ୟାରେ ବହୁ ପରିବାର ସର୍ବସ୍ୱାନ୍ତ ହୋଇ କ୍ଷତିଗ୍ରସ୍ତ ହୋଇଥିବାବେଳେ ବର୍ତ୍ତମାନ ପୁନର୍ବାର ସହର ଭିତରକୁ ପାଣି ପଶିବା ଦେଖି ଲୋକଙ୍କ ମନରେ ପ୍ରଶାସନ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ପ୍ରତି ପ୍ରବଳ କ୍ଷୋଭ ଓ ଆତଙ୍କ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri