ରିଂରୋଡ୍‌କୁ ମିଳିଲା ସଂଶୋଧିତ ପ୍ରଶାସନିକ ମଞ୍ଜୁରୀ

ବରଗଡ଼ ଅଫିସ,୪।୩: ବରଗଡ଼ ଜିରା ନଦୀ କୂଳ ବାମପାର୍ଶ୍ୱରେ ଥିବା ସିରିଡି ସାଇ ମନ୍ଦିରରୁ ରୁହୁଣିଆ ଗ୍ରାମ ପର୍ଯ୍ୟନ୍ତ ରିଂରୋଡ୍‌ର ସଂଶୋଧିତ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏହାସହିତ ୨୦୨୩-୨୪ ଆର୍ଥିକ ବର୍ଷରେ ଏଥିପାଇଁ ୩୮କୋଟି ୫୫ଲକ୍ଷ ଟଙ୍କା ବ୍ୟୟ ଅଟକଳ ଧାର୍ଯ୍ୟ କରାଯାଇଛି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଜଳ ସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀଙ୍କୁ ପତ୍ର ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି। ବରଗଡ଼ ସହର ପାର୍ଶ୍ୱ ଜିରା ନଦୀ କୂଳରେ ଏକ ରିଂରୋଡ୍‌ ନିର୍ମାଣ ପାଇଁ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଦ୍ୱାରା ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିଲା। ରାଜ୍ୟ ସରକାର ବରଗଡ଼ ସହର ପାଇଁ ଆବଶ୍ୟକ ଥିବା ଏହି ରିଂରୋଡ୍‌ ପ୍ରକଳ୍ପକୁ ସଂଶୋଧିତ ପ୍ରଶାସନିକ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଥିବାରୁ ବିଧାୟକ ଆଚାର୍ଯ୍ୟ ବରଗଡବାସୀଙ୍କ ତରଫରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ରିଂରୋଡ୍‌ ନିର୍ମାଣ ସମ୍ପୂର୍ଣ ହେଲେ ଜନସାଧାରଣଙ୍କ ଦୀର୍ଘଦିନର ଦାବି ଓ ଆଶା ପୂରଣ ହେବ ବୋଲି ବିଧାୟକ ଆଚାର୍ଯ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri