Posted inଖେଳ

କେକେଆରର ନୂଆ ଅଧିନାୟକଙ୍କ ନାଁ ଶୁଣି କରିପାରିବେନି ବିଶ୍ୱାସ, ଜାଣନ୍ତୁ ଆୟରଙ୍କ ସ୍ଥାନରେ କାହାକୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୧୨।୧୧: ଆଇପିଏଲ ୨୦୨୫ ସମ୍ବନ୍ଧରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁୁ ଆସୁଛି । ଏବେ କୋଲକାତା ନାଇଟ ରାଇଡର୍ସ କ୍ୟାମ୍ପରୁ ଏକ ବଡ଼ ଖବର ଆସିଛି । ବାସ୍ତବରେ ଗତ ସିଜନରେ ଅର୍ଥାତ୍‌ ଆଇପିଏଲ ୨୦୨୪ରେ ଟାଇଟଲ ଜିତିଥିବା କୋଲକାତା ନାଇଟ ରାଇଡର୍ସ ଏହାର ଅଧିନାୟକ ଶ୍ରେୟସ ଆୟରଙ୍କୁ ଆଇପିଏଲ ୨୦୨୫ ପାଇଁ ରିଲିଜ କରିଛି । ଏଭଳି ପରିସ୍ଥିତିରେ ଦଳ ନୂଆ ଅଧିନାୟକ ଖୋଜୁଛି। କେକେଆରର ନୂତନ ଅଧିନାୟକଙ୍କ ବିଷୟରେ ଏକ ବଡ ଅପଡେଟ୍‌ ଆସିଛି। କେକେଆରର ଅଧିନାୟକଙ୍କ ବିଷୟରେ ଏପରି ନାମ ସାମ୍ନାକୁ ଆସିଛି, ଯାହାକୁ ବିଶ୍ୱାସ କରିବା କଷ୍ଟସାଧ୍ୟ ହେବ।

ରିପୋର୍ଟ ଅନୁଯାୟୀ, ଗତ ପାଞ୍ଚଟି ବଲରେ ପାଞ୍ଚଟି ଛକା ମାରି କେକେଆର ଜିତାଇଥିବା ରିଙ୍କୁ ସିଂ ଆଇପିଏଲ ୨୦୨୫ରେ କୋଲକାତା ନାଇଟ ରାଇଡର୍ସର ଅଧିନାୟକ ହେବେ। ଯଦି ଗଣମାଧ୍ୟମର ରିପୋର୍ଟକୁ ବିଶ୍ୱାସ କରାଯାଏ, ତେବେ ଆଇପିଏଲ ୨୦୨୫ରେ ଶ୍ରେୟସ ଆୟରଙ୍କ ସ୍ଥାନରେ ରିଙ୍କୁ ସିଂ ଦଳର ନେତୃତ୍ୱ ନେଇପାରନ୍ତି। ତେବେ ଫ୍ରାଞ୍ଚାଇଜ ଏପର୍ଯ୍ୟନ୍ତ ଏହାକୁ ଆନୁଷ୍ଠାନିକ ଭାବେ ଘୋଷଣା କରି ନାହିଁ। ଆଇପିଏଲ ୨୦୨୫ ପାଇଁ କେକେଆର୍‌ ଆନ୍ଦ୍ରେ ରସେଲ, ସୁନୀଲ ନାରିନ, ବରୁଣ ଚକ୍ରବର୍ତ୍ତୀ, ରିଙ୍କୁ ସିଂ, ରମଣଦୀପ ସିଂ ଏବଂ ହର୍ଷିତ ରାଣାଙ୍କୁ ରିଟେନ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?