Posted inଖେଳ

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ସ୍ଥାନ ମିଳିଛି। ନିକଟରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିବା ବୈଭବଙ୍କ ପାଇଁ ଏହା ପ୍ରଥମ ଘରୋଇ ଟି-୨୦ ସିରିଜ ହେବ।

ଏହି ସିରିଜ ପାଇଁ ଭାରତୀୟ ଦଳକୁ ଜସପ୍ରୀତ ବୁମରାଙ୍କ ମଧ୍ୟ ପ୍ରତ୍ୟାବର୍ତ୍ତନ ହୋଇଛି। ତେବେ ଫିଟନେସ କ୍ଲିୟରାନ୍ସ ମିଳିବା ପରେ ହିଁ ସେ ମ୍ୟାଚ ଖେଳିପାରିବେ। ଅନ୍ୟପକ୍ଷରେ, ଦଳରେ ସ୍ଥାନ ପାଇବେ ବୋଲି ଆଶା କରାଯାଉଥିବା କିଛି ବଡ଼ ନାଁକୁ ଚୟନକର୍ତ୍ତାମାନେ ବାଦ ଦେଇଛନ୍ତି।

ଭାରତର ପୂର୍ବତନ ଟି-୨୦ ସିରିଜରେ ରିଙ୍କୁ ସିଂହ ଦଳରେ ଥିଲେ। କିନ୍ତୁ ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ତାଙ୍କୁ ସ୍ଥାନ ମିଳିନାହିଁ। ଭାରତ ପାଇଁ ୪୮ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳି ରିଙ୍କୁ ୭୦୨ ରନ କରିଛନ୍ତି। ଏଥିରେ ୩ଟି ଅର୍ଦ୍ଧଶତକ ରହିଛି। ତାଙ୍କ ଷ୍ଟ୍ରାଇକ ରେଟ ୧୫୬.୩୪ ଥିବାବେଳେ ଦଳରେ ତାଙ୍କ ଭୂମିକା ଜଣେ ଫିନିଶର ଭାବେ ରହିଛି।

ସ୍ପିନର କୁଲଦୀପ ଯାଦବ ମଧ୍ୟ ଆଫଗାନିସ୍ତାନ ବିପକ୍ଷ ସିରିଜ ପାଇଁ ଭାରତୀୟ ଦଳରେ ସ୍ଥାନ ପାଇନାହାନ୍ତି। କୁଲଦୀପଙ୍କୁ ନେଇ ଦଳ ଚୟନରେ ନିରନ୍ତର ପରିବର୍ତ୍ତନ ଦେଖିବାକୁ ମିଳୁଛି। ଗୋଟିଏ ସିରିଜରେ ଖେଳିବା ପରେ ପରବର୍ତ୍ତୀ ସିରିଜରୁ ସେ ବାଦ ପଡ଼ୁଛନ୍ତି।

ଏହି ବର୍ଷ ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳର ଅଂଶ ଥିଲେ କୁଲଦୀପ। ସେ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ନିଜର ଶେଷ ଟି-୨୦ ମ୍ୟାଚ ଖେଳିଥିଲେ। ୩୧ ବର୍ଷୀୟ କୁଲଦୀପ ଭାରତ ପାଇଁ ୫୪ଟି ଟି-୨୦ ମ୍ୟାଚ ଖେଳି ୯୫ଟି ଉଇକେଟ୍‌ ନେଇଛନ୍ତି।

ଅଲରାଉଣ୍ଡର କୃଣାଲ ପାଣ୍ଡ୍ୟାଙ୍କୁ ମଧ୍ୟ ଦଳରେ ସ୍ଥାନ ମିଳିନାହିଁ। ଗତ ଦୁଇଟି ଆଇପିଏଲ ସିଜିନରେ ବ୍ୟାଟ ଓ ବଲରେ ଭଲ ପ୍ରଦର୍ଶନ କରିଥିବାରୁ ଆଫଗାନିସ୍ତାନ ବିପକ୍ଷ ସିରିଜରେ ତାଙ୍କ ପ୍ରତ୍ୟାବର୍ତ୍ତନ ହୋଇପାରେ ବୋଲି ଆଶା କରାଯାଉଥିଲା। କିନ୍ତୁ ଚୟନକର୍ତ୍ତାମାନେ ପୁଣିଥରେ ତାଙ୍କୁ ଅଣଦେଖା କରିଛନ୍ତି। ଏହା ପରେ କୃଣାଲ ଏକ ଷ୍ଟୋରୀ ଶେୟାର କରି ଏବେ ବି ଆଶା ବଜାୟ ରହିଛି ବୋଲି ଲେଖିଥିଲେ। ୩୫ ବର୍ଷୀୟ କୃଣାଲ ଭାରତ ପାଇଁ ୧୯ଟି ଟି-୨୦ ମ୍ୟାଚ ଖେଳିଛନ୍ତି। ୧୦ଟି ଇନିଂସରେ ସେ ୧୨୪ ରନ କରିବା ସହ ୧୫ଟି ଉଇକେଟ୍‌ ମଧ୍ୟ ନେଇଛନ୍ତି। ୨୦୨୧ ପରେ ଭାରତୀୟ ଟି-୨୦ ଦଳକୁ ତାଙ୍କ ପ୍ରତ୍ୟାବର୍ତ୍ତନ ହୋଇନାହିଁ।

ଭାରତୀୟ ଦଳ: ଶ୍ରେୟସ ଆୟର (ଅଧିନାୟକ), ତିଳକ ବର୍ମା (ଉପଅଧିନାୟକ), ଅଭିଷେକ ଶର୍ମା, ବୈଭବ ସୂର୍ଯ୍ୟବଂଶୀ, ସଞ୍ଜୁ ସାମସନ (ଉଇକେଟ୍‌କିପର), ଈଶାନ କିଶନ (ଉଇକେଟ୍‌କିପର), ଶିବମ ଦୁବେ, ନୀତୀଶ କୁମାର ରେଡ୍ଡୀ, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, ବରୁଣ ଚକ୍ରବର୍ତ୍ତୀ, ରବି ବିଷ୍ଣୋଇ, ଜସପ୍ରୀତ ବୁମରା, ଅର୍ଶଦୀପ ସିଂହ, ହର୍ଷିତ ରାଣା।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?