ଇଡିତାଲ ଚିତ୍ରରେ ଝଲସିବ କଳାର ଗାଁ ରିଞ୍ଜିତାଲ

ଗୁଣପୁର,୨୫।୯(ପ୍ରଦୀପ କୁମାର ପାଢ଼ୀ):ରାୟଗଡା ଜିଲା ଗୁଣପୁର ବ୍ଲକ୍‌ ପୁଟାସିଂ ଅଞ୍ଚଳରେ ବସବାସ କରୁଥିବା ଆଦିମ ଜନଜାତି ଲାଞ୍ଜିଆ ସୌରାଙ୍କ ଇଡିତାଲ ଚିତ୍ରକଳା ଜିଆଇ ଟ୍ୟାଗ୍‌ ପାଇଁ ମନୋନୀତ ହୋଇଥିବାରୁ କଳାର ଗ୍ରାମ ରିଞ୍ଜିତାଲ ଉତ୍ସବମୁଖର ହୋଇଉଠିଛି। ବିଘ୍ନନାଶ, ଗୃହଶାନ୍ତି ପାଇଁ ଲାଞ୍ଜିଆ ସୌରାମାନେ କାନ୍ଥରେ ବିଭିନ୍ନ ଦେବଦେବୀଙ୍କ ଚିତ୍ର ଆଙ୍କିବା ସହ ପୂର୍ବପୁରୁଷଙ୍କୁ ପୂଜା କରୁଥିବା ଚିତ୍ର ପରମ୍ପରାକୁ ଇଡିତାଲ ନାମରେ ନାମିତ ଏହି ଚିତ୍ରକଳା ଆଜି ସର୍ବବିଦିତ ହୋଇପାରିଛି। ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଓଡ଼ିଶା ଲଳିତକଳା ଏକାଡେମୀର ସଚିବ ପଞ୍ଚାନନ ସାମଲ ଶନିବାର ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତର ରିଞ୍ଜିତାଲ ଓ ଆଖପାଖ ଅଞ୍ଚଳ ଗସ୍ତ କରି ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ତର୍ଜମା କରିଥିଲେ । ସାମଲଙ୍କ ଗସ୍ତ ସମୟରେ ଜିଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅନନ୍ତ ପାତ୍ର, ଇଡ଼ିତାଲ ଚିତ୍ରଶିଳ୍ପୀ ବୀର କିଶୋର ପ୍ରମୁଖ ଉପସ୍ଥିତ ରହି ଗ୍ରାମର ପ୍ରତ୍ୟେକ ଘରର ମୁଖ୍ୟଦ୍ୱାରରେ ଚିତ୍ର ଆଙ୍କିବା ଓ ପ୍ରଦର୍ଶନୀ ଆୟୋଜନ କରିବା ନିମନ୍ତେ ଆଲୋଚନା କରିଥିଲେ। ଆସନ୍ତା ଅକ୍ଟୋବର ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ବିନୀ ପାତ୍ର, ଲଳିତ କଳା ଏକାଡେମୀ ସଭାପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସତ୍ୟବ୍ରତ ସାହୁ, ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ପ୍ରମୁଖ ରିଞ୍ଜିତାଲ ଅଞ୍ଚଳ ଗସ୍ତ କରି ପ୍ରଦର୍ଶନୀ ଉଦ୍‌ଘାଟନ କରିବା ନେଇ ସଚିବ ସୂଚନା ଦେଇଥିଲେ। ଗ୍ରାମର ପ୍ରବେଶ ପଥରେ ଇଡିତାଲ କୁଟୀର ନିର୍ମାଣ, ଚିତ୍ରକଳାକୁ ଆହୁରି ଉନ୍ନତ ଧରଣର କରି ରାଜ୍ୟ ତଥା ଦେଶ ଓ ଦେଶ ବାହାରେ ଏହାର ଆଦୃତ କରିବା ପାଇଁ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଥିବା ସଚିବ ସୂଚନା ଦେଇଥିଲେ । ରିଞ୍ଜିତାଲ ଓ ଏହାର ଆଖପାଖ ଅଞ୍ଚଳର ୫୦ରୁ ୬୦ ଜଣ କଳାକାର ଏହି କାର୍ଯ୍ୟରେ ନିୟୋଜିତ ହେବେ । ସେମାନଙ୍କ ତାଲିକା ଶୀଘ୍ର ପ୍ରସ୍ତୁତ କରି ବିଭାଗକୁ ପଠାଇବା ନିମନ୍ତେ ସଚିବ ଜିଲା ସଂସ୍କୃତି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri