Posted inଜାତୀୟ

ମଣିପୁରରେ ଥମୁନି ଉତ୍ତେଜନା

ଇମ୍ଫାଲ,୧ା୧୦: ମଣିପୁରରେ ଜାତିଆଣ ହିଂସାକୁ ୫ ମାସ ବିତିଥିଲେ ମଧ୍ୟ ଉତ୍ତେଜନା ଥମିବା ନାଁ ନେଉନାହିଁ। ଦୁଇଜଣ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇ ହତ୍ୟା କରିବା ଘଟଣାରେ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ହିଂସାତ୍ମକ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରାଜ୍ୟପାଳ ଅନସ୍ବୟା ଉଇକେ ମୃତ ଛାତ୍ରୀଛାତ୍ରଙ୍କ ପରିବାରକୁ ସେମାନଙ୍କ ବାସଭବନରେ ଭେଟିଛନ୍ତି। ସେ ମୃତକଙ୍କ ମାଆବାପାଙ୍କୁ ସାନ୍ତ୍ୱନା ଦେବା ସହ ଖାଇବା ଛାଡ଼ିଦେଇଥିବା ମାଆଙ୍କୁ ପାଣି ପିଆଇଥିଲେ। ଅପହରଣ ଓ ହତ୍ୟାରେ ସମ୍ପୃକ୍ତ ଅପରାଧୀଙ୍କୁ ଆଇନ ଅନୁଯାୟୀ ଦଣ୍ଡ ଦିଆଯିବ ବୋଲି ରାଜ୍ୟପାଳ ପ୍ରତିଶ୍ରୁତି ଦେଇଛନ୍ତି। ସୂଚନାଯୋଗ୍ୟ, ୨ ଛାତ୍ରୀଛାତ୍ର ଜୁଲାଇରେ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଗତ ମଙ୍ଗଳବାର ରାଜଧାନୀ ଇମ୍ଫାଲରେ ସାନି ହିଂସା ଦେଖାଦେଇଥିଲା। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବାକୁ ଯାଇ ସୁରକ୍ଷା ବଳ ଅତ୍ୟଧିକ ବଳ ପ୍ରୟୋଗ କରିବାରୁ ଶତାଧିକ ଛାତ୍ରୀଛାତ୍ର ଆହତ ହୋଇଥିଲେ।
ଦାୟୀ ସୁରକ୍ଷା କର୍ମୀଙ୍କୁ ଦଣ୍ଡିତ କରାଯିବ ବୋଲି ଶନିବାର ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌.ବୀରେନ୍‌ ସିଂ ପ୍ରତିଶ୍ରୁତି ଦେଇଛନ୍ତି। ଲୋକମାନେ ଏକତ୍ର ରହିବା ସହ ଶାନ୍ତି ବଜାୟ ରଖିବା ଏବଂ ରାଜ୍ୟର ଶତ୍ରୁ ବିରୋଧରେ ସାମୂହିକ ଲଢ଼େଇ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ଛାତ୍ରୀଛାତ୍ର ଅପହରଣ ଓ ହତ୍ୟା ଘଟଣାର ତଦନ୍ତ ସିବିଆଇ ଟିମ୍‌ କରୁଛି।
ହିଂସାକାଣ୍ଡର ସମାଧାନ କରି ରାଜ୍ୟରେ ଶାନ୍ତି ଫେରାଇ ଆଣିବାରେ ସରକାର ବିଫଳ ହୋଇଥିବାରୁ ଲୋକଙ୍କ କ୍ରୋଧ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଆକ୍ରୋଶ ସମ୍ପର୍କରେ ମଣିପୁର ଭାଜପା ପକ୍ଷରୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଅବଗତ କରାଯାଇଛି। ଭାଜପା ରାଜ୍ୟ ସଭାପତି ସାରଦା ଦେବୀ, ଉପସଭାପତି ଚିଦାନନ୍ଦ ସିଂ ଏବଂ ଅନ୍ୟ ୬ ଜଣ କାର୍ଯ୍ୟକର୍ତ୍ତା ନଡ୍ଡାଙ୍କୁ ପତ୍ର ଲେଖି ଏହା ଜଣାଇଛନ୍ତି। ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଜନସାଧାରଣଙ୍କ କ୍ରୋଧ ଓ କ୍ଷୋଭ ବଢ଼ୁଥିବା ଭାଜପା କାର୍ଯ୍ୟକର୍ତ୍ତା କହିଛନ୍ତି। ଘରଦ୍ୱାର ଛାଡ଼ି ବିଭିନ୍ନ ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ଲୋକଙ୍କୁ ଶୀଘ୍ର ଭିଟାମାଟିକୁ ଫେରାଇ ଅଣାଯିବା ପାଇଁ ନେତାମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri