ପାଣିରେ ଭାସୁଛି ପାଚିଲା ଧାନ, କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ…

ଗଞ୍ଜାମ,୩୦।୧୦(ବିଦ୍ୟାଧର ସାହୁ ): ବାତ୍ୟା ସରିଲା କିନ୍ତୁ ଲୋକଙ୍କ ଦୁର୍ଦ୍ଦଶା ବଢିଲା । ବାତ୍ୟା ପ୍ରଭାବରେ ଏବେ ବି ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ଲାଗି ରହିଛି । ବାତ୍ୟା ଯୋଗୁ ହୋଇଥିବା ବର୍ଷା ଓ ପବନ ଯୋଗୁ ବ୍ଲକ ଅଞ୍ଚଳର ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି । ମୟୁର ପଦା, ପୁଇଁତୋଳା, ନୀଳାଦ୍ରି ପୁର, ସୂର୍ଯ୍ୟ ନାରାୟଣ ପୁର, ବରପଲ୍ଲୀ, ଲକ୍ଷ୍ମୀ ପୁର, ଝାଡ଼ କୁଦା,ପାଳିବନ୍ଧ, ରାମଗଡ଼ ପଞ୍ଚାୟତର ପ୍ରାୟଗି, ଅରୁଣ ପୁର, ପୋଡ଼ଗଡ଼, ଝାଟି ପଦର, କାଇଁଚପୁର ପଞ୍ଚାୟତ କଲ୍ୟାଣ ପୁର, ଶ୍ରୀବଣା, ମାଳି ଜଗନ୍ନାଥ ପୁର ଆଦି ଅଞ୍ଚଳ ଚାଷ ଜମିରେ ପାଣିରେ ଅଧିକାଂଶ ଧାନ ଗଛ ପାଣିରେ ପଡିଯାଇଛି l ପାଚିଲା ଧାନ ସବୁ ପାଣିରେ ଭାସୁଥିବା ଦେଖିବାକୁ ମିଳିଛି । ବାତ୍ୟା ମୋନ୍ଥା ଚାଷୀଙ୍କୁ ଦୁଃଖ ଦେଇଗଲା ବୋଲି ଚାଷୀକୁଳ ମହଲରେ ଆଲୋଚନା ହେଉଛି । ପ୍ରକାଶ ଯୋଗ୍ୟ ଏହି ବ୍ଲକରେ ୧୨ ହଜାର ୮୭୬ ହେକ୍ଟର ଚାଷ ଜମିରୁ ୮ ହଜାର ୪୭୮ ହେକ୍ଟର ଜମିରେ ଧାନ ଚାଷ ହେଉଅଛି । ଚଳିତ ବର୍ଷ ଅଭାବୀ ସାର ବିକ୍ରି ଯୋଗୁ ଅଧିକାଂଶ ଚାଷୀ ସାର ନ ପାଇ ହଇରାଣ ହୋଇଥିବା ବେଳେ ଚଳିତ ବର୍ଷ ବାତ୍ୟା ଦାଉ ସାଧିଲା ବୋଲି ଲକ୍ଷ୍ମୀପୁର ଅଞ୍ଚଳର ଜଣେ ଚାଷୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଜିଲା ପ୍ରଶାସନ କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ କରି କ୍ଷତିପୂରଣ ପ୍ରଦାନ କରିବାକୁ ପୂର୍ବତନ ସରପଞ୍ଚ ତଥା ଚାଷୀ ନେତା ଦିଲ୍ଲୀପ କୁମାର ଛୋଟରାଏ ଦାବି କରିଛନ୍ତି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଚାରାରୋପଣ, ସବୁଜ ପରିବେଶ….

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଭିନ୍ନ ଢଙ୍ଗରେ ପାଳିତ ହୋଇଯାଇଛି । ଏହି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?