ଲଘୁଚାପ ବର୍ଷାରେ ଗଜା ହେଲା ପାଚିଲା ଧାନ

କୋକସରା,୨୯।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୁଇ ଦିନ ଧରି ଲାଗି ରହିଥିବା ଲଘୁଚାପ ଲଗାଣ ବର୍ଷାରେ ଚାଷୀଙ୍କ ବହୁ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଚାଷ ଜମିରେ ପାଣି ଜମିବାରୁ ପାଚିଲା ଧାନ ଭିଜି ଗଜା ହୋଇଯାଇଛି। ଫଳରେ ଚାଷୀ ମୁଣ୍ଡରେ ପୁଣି ଚଡ଼କ ପଡ଼ିଛି। ଏପରି କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ଗ୍ରାମର ଚାଷୀ ବିଷ୍ଣୁ ପ୍ରସାଦ ସୁନାନୀ, ବାରବଖରାରେ ଥିବା ନିଜ ପାଞ୍ଚ ଏକର ଜମିରେ ଧାର କରଜ କରି ଧାନ ଚାଷ କରିଥିଲେ। ଚାଷ ମଧ୍ୟ ଭଲ ହୋଇଥିଲା। କିନ୍ତୁ ଧାନ ଫସଲ ଅମଳ କରିବା ସମୟରେ ଦାଉ ସାଧିଛି ଲଘୁଚାପ ବର୍ଷା। ଦୁଇ ଦିନ ଧରି ଲଗାଣ ବର୍ଷା ହେବାରୁ ଚାଷ ଜମିରେ ପାଣି ଜମି ପାଚିଲା ଧାନ ଭିଜି ଗଜା ହୋଇଯାଇଛି।

ପାଞ୍ଚ ଏକର ଜମିରେ ହୋଇଥିବା ଚାଷରୁ ପ୍ରାୟ ୩ରୁ ୪ ଏକର ଜମିରେ ଥିବା ପାଚିଲା ଧାନ ଭିଜି ଗଜା ହୋଇ ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଛି। ଏନେଇ ସେ ଚିନ୍ତାରେ ପଡ଼ିଛନ୍ତି। ପାଞ୍ଚ ପ୍ରାଣୀ କୁଟୁମ୍ବକୁ ନେଇ ତାଙ୍କ ପରିବାର।

ଚାଷ ଉପରେ ସେ ସମ୍ପୂର୍ଣ ନିର୍ଭର କରୁଥିବାରୁ ବର୍ତ୍ତମାନ ସେ କିପରି ପରିବାର ପ୍ରତିପୋଷଣ କରିବେ, ତାକୁ ନେଇ ଚିନ୍ତାରେ ପଡିଛନ୍ତି। ସେହିପରି ଅଞ୍ଚଳର ଅନେକ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ଏଣୁ ପ୍ରଶାସନ ପକ୍ଷରୁ କ୍ଷୟକ୍ଷତିର ଆକଳନ କରି ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସେ ପ୍ରଶାସନ ନିକଟରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ…

ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ…

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର…

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri