Posted inଜାତୀୟ

ଗରିବ ମହିଳାଙ୍କ ଲୁଗା ଚିରିବା ଘଟଣାକୁ ରାଜନୈତିକ ଚଷମାରେ ଦେଖା ନ ଯାଉ: ଟିଏମସି ମନ୍ତ୍ରୀ…

କୋଲକାତା,୨୨।୭ : ପଶ୍ଚିମବଙ୍ଗର ଟିଏମସି ନେତା ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରରେ ମହିଳା ଏବଂ ଶିଶୁ ବିକାଶ ତଥା ସାମାଜିକ କଲ୍ୟାଣ ମନ୍ତ୍ରୀ ଥିବା ଶଶି ପାଞ୍ଜା ରାଜ୍ୟର ମାଲଦା ଜିଲାର ଦୁଇଜଣ ମହିଳାଙ୍କ ଉପରେ ହୋଇଥିବା ନିର୍ଯାତନା ନେଇ ମୁହଁ ଖୋଲିଛନ୍ତି। ଏହି ଘଟଣା ସମ୍ପର୍କରେ ତାଙ୍କ ବିବୃତ୍ତି ବିଷୟରେ ପଚରାଯିବାରୁ ସେ କହିଛନ୍ତି ପାକୁଆହାଟ ନାମକ ଏକ ବଡ ଗାଁ ଭିତରେ ଏହା ଏକ ବଜାରରେ ଘଟିଛି। ଏହା ଚୋରି ମାମଲା ଥିଲା। ଲୋକମାନେ ଚୋରି କରିଥିବା ଦୁଇ ମହିଳାଙ୍କୁ ଧରିଥିଲେ। ଧରା ପଡ଼ିଥିବା ମହିଳାଙ୍କ ସହିତ ଅନ୍ୟ ମହିଳାଙ୍କର ଝଗଡା ହୋଇଥିଲା। ଗରିବ ମହିଳାମାନଙ୍କର ଧସ୍ତାଧସ୍ତିରେ ଲଚଗା ଚିରି ଯାଇଥିଲା। ଯାହା ଘଟିଛି ତାକୁ କାହିଁକି ରାଜନୀତିର ଚଷମାରେ ଦେଖାଯାଉଛି।

ପୋଲିସ ଦୁଇ ମହିଳାଙ୍କୁ ଉଦ୍ଧାର କରିଛି। ଯଦିଓ ଭାଇରାଲ ଭିଡିଓରେ କୌଣସି ପୋଲିସ କର୍ମଚାରୀଙ୍କୁ ଦେଖିବାକୁ ମିଳିନାହିଁ। ସେ କହିଛନ୍ତି ପୋଲିସ ଝଗଡ଼ା ବନ୍ଦ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ମହିଳାଙ୍କ ଭିଡ଼ ସମସ୍ୟା ସୃଷ୍ଟି କରିଥିଲା।
ଅପରାଧୀମାନେ ମଧ୍ୟ ମହିଳା ବୋଲି ସେ କହିଛନ୍ତି। ମହିଳାମାନେ ନିଜ ହାତକୁ ଆଇନ ଶୃଙ୍ଖଳା ନେବା ଠିକ ନୁହେଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଉପଯୁକ୍ତ ଦଣ୍ଡବିଧାନ କରାଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri