ଦ୍ରୁତ ଗାଡି ଚାଳନା ଯୋଗୁ ହୋଇନାହିଁ ପନ୍ତଙ୍କ ଦୁର୍ଘଟଣା: ଧାମି

ଡେରାଡୁନ,୧ ।୧: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କର ସଡ଼କ ଦୁର୍ଘଟଣା ହେବା ପରଠାରୁ ଏହି ଦୁର୍ଘଟଣାକୁ ନେଇ ଅନେକ କାରଣ ସାମ୍ନାକୁ ଆସିଛି । ହେଲେ ଏବେ ଏହାର ଅସଲ କାରଣ କହିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । ରବିବାର ସକାଳେ ଅର୍ଥାତ୍ ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ଧାମି ମ୍ୟାକ୍ସ ହସ୍ପିଟାଲରେ ପହଞ୍ଚି ପନ୍ତଙ୍କ ସହ ସାକ୍ଷାତ୍ କରି ତାଙ୍କର ଭଲମନ୍ଦ ପଚାରି ବୁଝିଥିଲେ । ଏହି ସମୟରେ ସେ ସଡ଼କ ଦୁର୍ଘଟଣାର କାରଣକୁ ନେଇ ବି କଥା ହୋଇଥିଲେ ।
ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଛନ୍ତି ଏହି ଘଟଣାକୁ ନେଇ ସେ ପନ୍ତଙ୍କ ମାଆଙ୍କ ସହ କଥା ହୋଇଥିଲେ । ସେ କହିଲେ କି ଖାଲ ବା ପଟହୋଲରୁ ବଞ୍ଚିବାକୁ ଯାଇ ସେ ଦୁର୍ଘଟଣାର ଶିକାର ହେଲେ । ଯାହା ବି ହେଉ ପୂର୍ବାପେକ୍ଷା ପନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ଭଲ ରହିଛି । ଡାକ୍ତର ଓ ବିସିସିଆଇର ଲୋକେ ଲଗାତାର ତାଙ୍କ ସମ୍ପର୍କରେ ରହିଛନ୍ତି । ପନ୍ତଙ୍କ ପରିବାର ବି ତାଙ୍କ ଚିକିତ୍ସାକୁ ନେଇ ସନ୍ତୁଷ୍ଟ ଅଛନ୍ତି । ମୁଖ୍ୟମନ୍ତ୍ରୀ ପନ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନାଯୋଗ୍ୟ, ୩୦ ଡିସେମ୍ବର ୨୦୨୨ରେ ପନ୍ତ ସକାଳ ପ୍ରାୟ ୫ଟା ୩୦ରେ ଦିଲ୍ଲୀରୁ ତାଙ୍କ ମାଆଙ୍କୁ ସରପ୍ରାଇଜ ଦେବାକୁ ରୁଡକି ଫେରିବା ସମୟରେ ଏକ ବଡ ଦୁର୍ଘଟଣାର ଶିକାର ହୋଇଥିଲେ । ଏଥିରେ ତାଙ୍କ ମୁଣ୍ଡ, ପିଠି ଓ ଗୋଡରେ ଗଭିର ଆଘାତ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri