Posted inଖେଳ

ପ୍ରଥମ ଭାରତୀୟ ଭାବେ ଏମିତି କାରନାମା କଲେ ରିଷଭ ପନ୍ତ

ଲିଡ୍ସ,୨୪ା୬: ଭାରତର ଷ୍ଟାର ଉଇକେଟକିପର ବ୍ୟାଟର ରିଷଭ ପନ୍ତ ଜବରଦସ୍ତ ଫର୍ମ ବଜାୟ ରଖି ସୋମବାର ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ବିସ୍ଫୋରକ ଶତକ ହାସଲ କରିଛନ୍ତି। ଏଥିସହିତ ପନ୍ତ ଇତିହାସ ରଚିଛନ୍ତି। ସେ ପ୍ରଥମ ଭାରତୀୟ ଉଇକେଟକିପର-ବ୍ୟାଟର ଭାବେ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିଛନ୍ତି। ପ୍ରଥମ ଇନିଂସରେ ସେ ୧୩୪ ରନର ଦର୍ଶନୀୟ ଇନିଂସ ଖେଳିଥିଲେ। ଏତଦ୍‌ ବ୍ୟତୀତ ପନ୍ତ ଇଂଲଣ୍ଡରେ ଲଗାତର ୫ ଥର ଅର୍ଦ୍ଧଶକତୀୟ ପାଳି ଖେଳିଥିବା ଏଲିଟି ଭ୍ରମଣକାରୀ ବ୍ୟାଟରଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଏହି ସମ୍ମାନଜନକ ତାଲିକାରେ ଡନ ବ୍ରାଡ୍‌ମ୍ୟାନ, ହାନ୍ସି କ୍ରୋନି, ଶିବନାରାୟଣ ଚନ୍ଦ୍ରପାଲ, କୁମାର ସାଙ୍ଗକାରା ଓ ଡାର୍ଲି ମିଚେଲଙ୍କ ଭଳି ଖେଳାଳି ରହିଛନ୍ତି। ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ଲଗାତର ୭ଟି ଇନିଂସରେ ୫୦ରୁ ଊର୍ଦ୍ଧ୍ୱ ସ୍କୋର ସହ ଏହି ତାଲିକା ଶୀର୍ଷରେ ରହିଛନ୍ତି। ଟେଷ୍ଟ କ୍ରିକେଟ ଇତିହାସରେ ପନ୍ତଙ୍କ ପୂର୍ବରୁ କେବଳ ଜିମ୍ବାଓ୍ବେର ଆଣ୍ଡି ଫ୍ଲାଓ୍ବାର ଏକମାତ୍ର ଉଇକେଟକିପର-ବ୍ୟାଟର ଭାବେ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ କରିଥିଲେ। ଆଣ୍ଡି ୨୦୦୧ରେ ହରାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଯଥାକ୍ରମେ ୧୪୨ ଓ ୧୯୯* ରନ କରିଥିଲେ। ପନ୍ତଙ୍କ ପୂର୍ବରୁ ଭାରତୀୟ ବ୍ୟାଟରଙ୍କ ମଧ୍ୟରେ ବିଜୟ ହଜାରେ, ସୁନୀଲ ଗାଭାସ୍କର (୩ ଥର), ରାହୁଲ ଡ୍ରାଭିଡ୍‌ (୨ ଥର), ବିରାଟ କୋହଲି, ଅଜିଙ୍କ୍ୟ ରାହାନେ, ରୋହିତ ଶର୍ମା ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri