Posted inଖେଳ

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ ସମସ୍ତ ଖେଳାଳି ନେଟ୍ସରେ ଅଭ୍ୟାସ କରୁଛନ୍ତି। ଟୁର୍ନାମେଣ୍ଟର ସିଧାସଳଖ ପ୍ରଭାବ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ସ ଟ୍ରଫି ଉପରେ ପଡ଼ିବ। ହେଲେ ଗମ୍ଭୀର ଅଭ୍ୟାସ ସେଶନ ମଧ୍ୟରେ ଜସପ୍ରିତ ବୁମ୍‌ରା ଏବଂ ଋଷଭ ପନ୍ତ ସ୍ଥିତିକୁ ହାଲ୍‌କା କରିବାକୁ ଯାଇ ମସ୍ତି କରୁଥିବା ଦେଖାଯାଇଛି। ବାକା ଷ୍ଟାଡିୟମରେ ଉଭୟଙ୍କ ମଧ୍ୟରେ ୮ ହଜାର ଟଙ୍କାର ବାଜି ଲଗାଯାଇଥିଲା। ତେବେ ଜାଣନ୍ତୁ ପର୍ଥରେ ଏଭଳି କ’ଣ ଘଟିଲା?

ପର୍ଥର ମଇଦାନକୁ ଜାଣିବା ପ୍ରତ୍ୟେହ ଘଣ୍ଟା ଘଣ୍ଟା ସମୟ ବିତାଉଛନ୍ତି ଟିମ୍‌ ଇଣ୍ଡିଆର ଖେଳାଳି। ହେଲେ ଶୁକ୍ରବାର ନଭେମ୍ବର ୧୫ରେ ବୁମ୍‌ରା ଏବଂ ପନ୍ତ କିଛି ଭିନ୍ନ କରିବାକୁ ଚେଷ୍ଟା କରିଥିଲେ। ଉଭୟ ନିଜ ନିଜର କାମ ବଦଳାଇଦେଇଥିଲେ। ବୁମ୍‌ରା ହାତରେ ବ୍ୟାଟ୍‌ ଧରିଥିବା ବେଳେ ପନ୍ତ ବୋଲିଂ କରିଥିଲେ। ପନ୍ତଙ୍କ ବଲ୍‌କୁ ସହଜରେ ବୁମ୍‌ରା ଆରାମରେ ଖେଳିବେ। ପରେ ସେ ବାଉନ୍‌ସର ଲାଗି ଧମକ ଦେଇଥିଲେ। ମାର୍କଲଙ୍କ ସହ ମିଶି ଶର୍ଟ ବଲ୍‌ ପକାଇଥିଲେ। ଏହି ସମୟରେ ସେ ଏହି ଭେଟେରାନ ବୋଲରଙ୍କୁ ଆଉଟ୍‌ କରିଦେଇଥିଲେ। ଏହାପରେ ପନ୍ତ କ୍ୟାମେରାକୁ ଦେଖି ପ୍ରଶଂସକଙ୍କୁ କହିଥିଲେ ଯେ ନେଟ୍‌ରେ ଗୋଟିଏ ଉଇକେଟ ନେଇଛି, ବୁମ୍‌ରାଙ୍କ ପତ୍ତା କଟିଛି।

ପନ୍ତ ଏବଂ ବୁମ୍‌ରାଙ୍କ ମଧ୍ୟରେ ଆଉଟ୍‌ କରିବାକୁ ନେଇ ୧୦୦ ଡଲାରର ବାଜି ଲାଗିଥିଲା। ବୁମ୍‌ରା ବାଉନ୍‌ସରରେ ଶର୍ଟ ମାରିଥିଲେ, ଏହାକୁ ଭାରତୀୟ ଉଇକେଟକିପର ଆଉଟ୍‌ ବୋଲି କହିଥିଲେ। ପରେ ଏହାର ବୁମ୍‌ରା ବିରୋଧ କରିଥିଲେ। ଏହା ନଟ୍‌ ଆଉଟ୍‌ ଥିଲା। ପନ୍ତଙ୍କୁ ବୋଲିଂ କରିବାକୁ ଦେବା ଉଚିତ ନୁହେଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri