Posted inଖେଳ

ପନ୍ତଙ୍କ ବ୍ୟାଟିଂ ଟେକ୍‌ନିକ ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୯।୮: ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଭାରତୀୟ ଦଳର ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବ୍ୟାଟିଂରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ହେଡିଂଲେ ଟେଷ୍ଟର ଉଭୟ ଇନିଂସରେ ୨୩ ବର୍ଷୀୟ ପନ୍ତ ମାତ୍ର ୩ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ଏପର୍ଯ୍ୟନ୍ତ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ୫ ଥର ବ୍ୟାଟିଂ ସୁଯୋଗ ପାଇଥିବା ବାମହାତୀ ବିସ୍ଫୋରକ ବ୍ୟାଟ୍ସମ୍ୟାନ ୧୭.୪ ହାରରେ ୮୭ ରନ୍‌ କରିଛନ୍ତି। ଚଳିତ ସିରିଜ୍‌ରେ ଏଭଳି ପ୍ରଦର୍ଶନ କାରଣରୁ ତାଙ୍କ ବ୍ୟାଟିଂ ଟେକ୍‌ନିକ ଉପରେ ପ୍ରଶ୍ନ ଉଠାଇଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ସଲମାନ ଭଟ।

ହେଡିଂଲେରେ ଶନିବାର ଟିମ୍‌ ଇଣ୍ଡିଆ ଇନିଂସ ପରାଜୟ ବରଣ କରିବା ପରେ ଭଟ ନିଜ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି, ପେସରଙ୍କୁ ସୁହାଉଥିବା ପିଚ୍‌ରେ ବ୍ୟାଟିଂ କରିବା ଲାଗି ପନ୍ତଙ୍କ ନିକଟରେ ଭଲ ଟେକନିକ୍‌ ନାହିଁ। ସେ ପ୍ରତ୍ୟେକ ବଲରେ ଷ୍ଟେପ୍‌ ଆଉଟ୍‌ କରୁଛନ୍ତି। ଏଭଳି ଟେକନିକ୍‌ ତାଙ୍କୁ ଗୋଟିଏ କିମ୍ବା ଦୁଇଟି ଭଲ ଇନିଂସ ଖେଳିବାରେ ସହାୟତା କରିପାରେ। କିନ୍ତୁ ଏଭଳି ଖେଳି ସେ କଦାପି ସଫଳ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇପାରିବେ ନାହିଁ।

ତାଙ୍କୁ ଭଲ ଡିଫେନ୍ସିଭ ଟେକ୍‌ନିକ ସହ ଧୈର୍ଯ୍ୟ ଶିଖିବାକୁ ପଡ଼ିବ। ସେ ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ଠାରୁ ଭିନ୍ନ ଶୈଳୀରେ ଖେଳନ୍ତି। ମାତ୍ର ଇଂଲଣ୍ଡର ପରିବେଶରେ ଟେଷ୍ଟ କ୍ରିକେଟ ଖେଳିବା ପାଇଁ ଦୃଢ଼ ଡିଫେନ୍ସ ଦରକାର। ସେ ଭାରତ ଓ ଅଷ୍ଟ୍ରେଲିଆରେ ସଫଳତା ପାଇପାରନ୍ତି। କାରଣ ସେଠାରେ ବଲ ଏତେ ସୁଇଙ୍ଗ କରେ ନାହିଁ। କିନ୍ତୁ ଖୁବ୍‌ ସୁଇଙ୍ଗ କରୁଥିବା ପିଚ୍‌ କିମ୍ବା ଇଂଲଣ୍ଡ ଭଳି ସିମିଂ କଣ୍ଡିଶନରେ ପନ୍ତଙ୍କୁ ଅସୁବିଧା ହେବ ବୋଲି ଭଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri