Posted inଖେଳ

ଲକ୍ଷ ଲକ୍ଷ ଟଙ୍କାର ଜରିମାନା ଗଣିବେ ପନ୍ତ, ଦିଗ୍‌ବେଶଙ୍କ ପାଉଣାରୁ ୫୦% କଟିଲା 

ନୂଆଦିଲ୍ଲୀ,୫।୪: ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଦଳ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ଏକ ଦମ୍‌ଦାର ବିଜୟ ହାସଲ କରିଥିଲା। ହେଲେ ଅଧିନାୟକ ରିଷଭ ପନ୍ତଙ୍କୁ ଏକ ବଡ଼ କ୍ଷତି ସହିବାକୁ ପଡିଛି। ସେ ଏପରି ଏକ ଭୁଲ କରିଥିଲେ ଯେଉଁଥିଲାଗି ବିସିସିଆଇ ତାଙ୍କ ଉପରେ ଲକ୍ଷ ଲକ୍ଷ ଟଙ୍କା ଜରିମାନା ଲଗାଇଛି।
୪ ଏପ୍ରିଲରେ ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ରେ ପନ୍ତଙ୍କୁ ସ୍ଲୋ ଓଭର ରେଟ୍‌ ପାଇଁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ତେଣୁ ବୋର୍ଡ ୧୨ ଲକ୍ଷ ଟଙ୍କାର ଜରିମାନା ଲଗାଇଛି। ଅନ୍ୟପକ୍ଷରେ, ନିଜ ଘାତକ ପ୍ରଦର୍ଶନରେ ମୁମ୍ବାଇକୁ ପରାସ୍ତ କରିଥିବା ଦିଗବେଶ ରାଠିଙ୍କୁ ନୋଟବୁକ୍‌ ସେଲିବ୍ରେସନ କରିବା ପାଇଁ ପୁଣି ଥରେ ଦଣ୍ଡିତ କରାଯାଇଛି।
IPL ୨୦୨୫ରେ ବ୍ୟାଟ୍ସମ୍ୟାନ ଭାବରେ ପନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରୁଛନ୍ତି। ଏପର୍ଯ୍ୟନ୍ତ ସେ ୪ଟି ମ୍ୟାଚ୍‌ରେ କେବଳ ୧୯ ରନ କରିପାରିଛନ୍ତି। ଏଭଳି ସ୍ଥିତିରେ ତାଙ୍କୁ ସ୍ଲୋ ଓଭର ରେଟ ପାଇଁ ୧୨ ଲକ୍ଷ ଟଙ୍କା ଜରିମାନା ମଧ୍ୟ କରାଯିବା ଚିନ୍ତାର ବିଷୟ ପାଲଟିଛି।
କେବଳ ଏତିକି ନୁହେଁ ଦିଗ୍‌ବେଶ ରାଠିଙ୍କୁ ତାଙ୍କ ମ୍ୟାଚ୍‌ ଫିର ୫୦ ପ୍ରତିଶତ ଜରିମାନା କରାଯାଇଛି। ଅର୍ଥାତ ଏତେ ଟଙ୍କା ତାଙ୍କ ପକେଟରୁ କଟିଯିବ। ଏହି ଜରିମାନା ବ୍ୟତୀତ, LSG ଖେଳାଳିଙ୍କ ଆକାଉଣ୍ଟରେ ୨ ଡିମେରିଟ ପଏଣ୍ଟ ମଧ୍ୟ ଯୋଡା ଯାଇଛି। ମ୍ୟାଚ ରେଫରି ଦିଗବେଶଙ୍କୁ ଲେବଲ ୧ ପାଇଁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଯଦି ଜଣେ ଖେଳାଳି ଲେବଲ ୧ ପାଇଁ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ସେହି କ୍ଷେତ୍ରରେ ମ୍ୟାଚ ରେଫରିଙ୍କ ନିଷ୍ପତ୍ତି ବୈଧ ଏବଂ ଚୂଡ଼ାନ୍ତ ହେବ।
ଏବେ ତାଙ୍କର ମୋଟ ଡିମେରିଟ ପଏଣ୍ଟ ୩ ହୋଇଯାଇଛି। ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରାଜସ୍ଥାନ ରୟାଲ୍ସର ଅଧିନାୟକ ରିୟାନ ପରାଗଙ୍କୁ ମଧ୍ୟ ସମାନ ଭୁଲ ପାଇଁ ୧୨ ଲକ୍ଷ ଟଙ୍କା ଲେଖାଏ ଜରିମାନା କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri