Posted inଖେଳ

ଅଧିନାୟକ ଭାବେ ଡେବ୍ୟୁରେ ହେଲେ ଫେଲ୍‌, କୋହଲିଙ୍କ ସ୍ବତନ୍ତ୍ର କ୍ଲବରେ ସାମିଲ

ନୂଆଦିଲ୍ଲୀ,୧୦।୬: ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଡେବ୍ୟୁ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଗୁରୁବାର ଦିଲ୍ଲୀରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌ ଭାରତକୁ ୭ ଉଇକେଟରେ ପରାସ୍ତ କରିଛି। ଅତିଥି ଟିମ୍‌କୁ ଭାରତୀୟ ଦଳ ୨୧୨ ରନ୍‌ର ଟାର୍ଗେଟ ଦେଇଥିଲା। ହେଲେ ରାସି ଭାନ ଡର ଡୁସେନ ଏବଂ ଡେଭିଡ ମିଲର ଟିମ୍‌ ଇଣ୍ଡିଆ ହାତରୁ ମ୍ୟାଚ୍‌କୁ ଛଡ଼ାଇ ନେଇଥିଲେ। ତେବେ ପ୍ରଥମ ଟେଷ୍ଟରେ ପରାସ୍ତ ହେବା ପରେ ପନ୍ତ ଏକ ଲଜ୍ଜାଜନକ ରେକର୍ଡ ନିଜ ନାମରେ କରିଛନ୍ତି। ସେ ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଡେବ୍ୟୁ ମ୍ୟାଚ୍‌ ହାରିଥିବା ଦ୍ୱିତୀୟ ଭାରତୀୟ ଅଧିନାୟକ ପାଲଟିଛନ୍ତି। ଏହାପୂର୍ବରୁ ବିରାଟ କୋହଲି ଟି୨୦ରେ ଅଧିନାୟକ ଭାବେ ଡେବ୍ୟୁ କରି ପ୍ରଥମ ମ୍ୟାଚ୍‌ରେ ପରାଜିତ ହୋଇଥିଲେ। କୋହଲିଙ୍କ ନେତୃତ୍ୱରେ ୨୦୧୭ରେ କାନପୁର ଟି୨୦ ମ୍ୟାଚ୍‌ରେ ଭାରତକୁ ଇଂଲଣ୍ଡ ୭ ଉଇକେଟରେ ପରାଜିତ କରିଥିଲା।

ତେବେ ପନ୍ତ ଟି୨୦ରେ ନେତୃତ୍ୱ ନେଇଥିବା ୮ମ ଭାରତୀୟ ଅଧିନାୟକ। ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ଏହି ଫର୍ମାଟରେ ଭାରତୀୟ ଦଳର ପ୍ରଥମ ଅଧିନାୟକ ଥିଲେ। ସେ ମାତ୍ର ଗୋଟିଏ ଟି୨୦ ମ୍ୟାଚ୍‌ରେ ଭାରତର ନେତୃତ୍ୱ ନେଇଥିଲେ। ଏହାପରେ ମହେନ୍ଦ୍ର ସିଂହ ଧୋନୀ ଦ୍ୱିତୀୟ ଅଧିନାୟକ ଭାବେ ନେତୃତ୍ୱ ନେଇଥିଲେ। ୨୦୦୭ରେ ସେ ଅଧିନାୟକ ଭାବେ ଡେବ୍ୟୁ କରିଥିଲେ। ସୁରେଶ ରାଇନା ୨୦୧୦-୧୧ ମଧ୍ୟରେ ତିନୋଟି ମ୍ୟାଚ୍‌ରେ ଭାରତୀୟ ଟିମ୍‌ର ନେତୃତ୍ୱ ନେଇଥିଲେ। ପରେ ଅଜିଙ୍କ୍ୟ ରାହାନେ, ରୋହିତ ଶର୍ମା, ଶିଖର ଧାଓ୍ବନ ପ୍ରମୁଖ ଏହି ଫର୍ମାଟରେ ଭାରତୀୟ ଦଳର ନେତୃତ୍ୱ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri