Posted inଖେଳ

ଜୀବନ ବଞ୍ଚାଇଥିବା ୨ ବ୍ୟକ୍ତିଙ୍କ ଫଟୋ ଶେୟାର କରି ଏମିତି କହିଲେ ରିଷଭ

ମୁମ୍ବାଇ,୧୭।୧:ସଡକ ଦୁର୍ଘଟଣା ପରେ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ଗୋଡ ଅସ୍ତ୍ରୋପଚାର କରାଯାଇଛି। ତାଙ୍କର ଅସ୍ତ୍ରୋପଚାର ସଫଳ ହୋଇଛି ଏବଂ କ୍ରିକେଟ ପଡ଼ିଆକୁ ଫେରିବା ପାଇଁ ତାଙ୍କର ଯାତ୍ରା ମଧ୍ୟ ଆରମ୍ଭ ହୋଇଛି ବୋଲି ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଏହା ପରେ ପନ୍ତ ସଡ଼କ ଦୁର୍ଘଟଣା ପରେ ତାଙ୍କୁ ସାହାଯ୍ୟ କରିଥିବା ସମସ୍ତ ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପନ୍ତ ମଧ୍ୟ ଏକ ପୋଷ୍ଟରେ ତାଙ୍କ ଜୀବନ ପଞ୍ଚାଇଥିବା ଦୁଇ ବ୍ୟକ୍ତିଙ୍କ ଫଟୋ ଶେୟାର କରି ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି।
ପନ୍ତ ନିଜ ପୋଷ୍ଟରେ ଉଭୟ ରଜତ କୁମାର ଏବଂ ନିଶୁ କୁମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପନ୍ତ ଲେଖିଛନ୍ତି ମୁଁ ସମସ୍ତଙ୍କୁ ବ୍ୟକ୍ତିଗତ ଭାବେ ଧନ୍ୟବାଦ ଦେଇ ପାରିବି ନାହିଁ, କିନ୍ତୁ ଦୁର୍ଘଟଣା ସମୟରେ ମୋତେ ସାହାଯ୍ୟ କରିଥିବା ଏବଂ ମୋତେ ହସ୍ପିଟାଲରେ ପହଞ୍ଚାଇଥିବା ଏହି ଦୁଇ ବୀର ରଜତ କୁମାର ଏବଂ ନିଶୁ କୁମାରଙ୍କୁ ଧନ୍ୟବାଦ ଦେବି। ମୁଁ ସର୍ବଦା ଆପଣଙ୍କ ନିକଟରେ ଋଣୀ ରହିବି।
ସୂଚନାଯୋଗ୍ୟ, ରିଷଭ ପନ୍ତଙ୍କ କାର ଦୁର୍ଘଟଣା ପରେ ଦୁଇ ଯୁବକ ରଜତ ଏବଂ ନିଶୁ ପ୍ରଥମେ ତାଙ୍କୁ ବଞ୍ଚାଇବାକୁ ଆସିଥିଲେ। ଦୁହେଁ ପନ୍ତଙ୍କ ଲଗେଜ ପ୍ୟାକ କରି ଡାକ୍ତରଖାନାରେ ପହଞ୍ଚିବାରେ ସାହାଯ୍ୟ କରିଥିଲେ। ଏହା ପରେ ଦୁହେଁ ଦୁର୍ଘଟଣା ସମୟରେ ପନ୍ତଙ୍କ ହଜିଯାଇଥିବା ଚାରି ହଜାର ଟଙ୍କା ମଧ୍ୟ ପୋଲିସକୁ ଦେଇଥିଲେ। ପନ୍ତଙ୍କ ଅବସ୍ଥା ବିପଦରୁ ବାହାରିବା ପରେ ଦୁହେଁ ତାଙ୍କୁ ଭେଟିବା ପାଇଁ ଡାକ୍ତରଖାନାରେ ପହଞ୍ଚିଥିଲେ। ରଜତ ଏବଂ ନିଶୁ ଉତ୍ତରପ୍ରଦେଶର ମୁଜାଫରନଗରର ପୁରକାଜିର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri