Posted inଖେଳ

ଜୀବନ ବଞ୍ଚାଇଥିବା ୨ ବ୍ୟକ୍ତିଙ୍କ ଫଟୋ ଶେୟାର କରି ଏମିତି କହିଲେ ରିଷଭ

ମୁମ୍ବାଇ,୧୭।୧:ସଡକ ଦୁର୍ଘଟଣା ପରେ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ଗୋଡ ଅସ୍ତ୍ରୋପଚାର କରାଯାଇଛି। ତାଙ୍କର ଅସ୍ତ୍ରୋପଚାର ସଫଳ ହୋଇଛି ଏବଂ କ୍ରିକେଟ ପଡ଼ିଆକୁ ଫେରିବା ପାଇଁ ତାଙ୍କର ଯାତ୍ରା ମଧ୍ୟ ଆରମ୍ଭ ହୋଇଛି ବୋଲି ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଏହା ପରେ ପନ୍ତ ସଡ଼କ ଦୁର୍ଘଟଣା ପରେ ତାଙ୍କୁ ସାହାଯ୍ୟ କରିଥିବା ସମସ୍ତ ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପନ୍ତ ମଧ୍ୟ ଏକ ପୋଷ୍ଟରେ ତାଙ୍କ ଜୀବନ ପଞ୍ଚାଇଥିବା ଦୁଇ ବ୍ୟକ୍ତିଙ୍କ ଫଟୋ ଶେୟାର କରି ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି।
ପନ୍ତ ନିଜ ପୋଷ୍ଟରେ ଉଭୟ ରଜତ କୁମାର ଏବଂ ନିଶୁ କୁମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପନ୍ତ ଲେଖିଛନ୍ତି ମୁଁ ସମସ୍ତଙ୍କୁ ବ୍ୟକ୍ତିଗତ ଭାବେ ଧନ୍ୟବାଦ ଦେଇ ପାରିବି ନାହିଁ, କିନ୍ତୁ ଦୁର୍ଘଟଣା ସମୟରେ ମୋତେ ସାହାଯ୍ୟ କରିଥିବା ଏବଂ ମୋତେ ହସ୍ପିଟାଲରେ ପହଞ୍ଚାଇଥିବା ଏହି ଦୁଇ ବୀର ରଜତ କୁମାର ଏବଂ ନିଶୁ କୁମାରଙ୍କୁ ଧନ୍ୟବାଦ ଦେବି। ମୁଁ ସର୍ବଦା ଆପଣଙ୍କ ନିକଟରେ ଋଣୀ ରହିବି।
ସୂଚନାଯୋଗ୍ୟ, ରିଷଭ ପନ୍ତଙ୍କ କାର ଦୁର୍ଘଟଣା ପରେ ଦୁଇ ଯୁବକ ରଜତ ଏବଂ ନିଶୁ ପ୍ରଥମେ ତାଙ୍କୁ ବଞ୍ଚାଇବାକୁ ଆସିଥିଲେ। ଦୁହେଁ ପନ୍ତଙ୍କ ଲଗେଜ ପ୍ୟାକ କରି ଡାକ୍ତରଖାନାରେ ପହଞ୍ଚିବାରେ ସାହାଯ୍ୟ କରିଥିଲେ। ଏହା ପରେ ଦୁହେଁ ଦୁର୍ଘଟଣା ସମୟରେ ପନ୍ତଙ୍କ ହଜିଯାଇଥିବା ଚାରି ହଜାର ଟଙ୍କା ମଧ୍ୟ ପୋଲିସକୁ ଦେଇଥିଲେ। ପନ୍ତଙ୍କ ଅବସ୍ଥା ବିପଦରୁ ବାହାରିବା ପରେ ଦୁହେଁ ତାଙ୍କୁ ଭେଟିବା ପାଇଁ ଡାକ୍ତରଖାନାରେ ପହଞ୍ଚିଥିଲେ। ରଜତ ଏବଂ ନିଶୁ ଉତ୍ତରପ୍ରଦେଶର ମୁଜାଫରନଗରର ପୁରକାଜିର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri