Posted inଖେଳ

କୋହଲିଙ୍କୁ ପଛରେ ପକାଇଲେ ପନ୍ତ, ଏବେ ହେବ ଆର୍‌ସିବିରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୨୩।୧୦: ଟିମ୍‌ ଇଣ୍ଡିଆ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ପୁଣିଥରେ ଫର୍ମକୁ ଫେରିଛନ୍ତି। ବାଲାଂଦେଶ ବିପକ୍ଷ ଟେଷ୍ଟରେ ଶତକ ଲଗାଇବା ପରେ ଏବେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ଇନିଂସ ଖେଳିଛନ୍ତି। ସେ ଶତକ କରିବାରୁ ବଞ୍ଚିତ ହୋଇଥିଲେ ହେଁ ସଦ୍ୟ ଜାରି ହୋଇଥିବା ଆଇସିସି ର଼୍ୟାଙ୍କିଂରେ ସେ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି। ପନ୍ତ ବ୍ୟାଟିଂ ର଼୍ୟାଙ୍କିଂରେ ୬ଷ୍ଠ ସ୍ଥାନକୁ ଆସିଛନ୍ତି। ସେ ବିରାଟଙ୍କଠାରୁ ୨ ସ୍ଥାନ ଉପରେ ରହିଛନ୍ତି। ବିରାଟ ଏବେ ୮ମ ସ୍ଥାନରେ ଅଛନ୍ତି। ଯଶସ୍ବୀ ଜାୟସଓ୍ବାଲ ଭାରତର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି,ଯିଏ କି ୪ର୍ଥ ସ୍ଥାନରେ ଅଛନ୍ତି।

ତେବେ ପନ୍ତଙ୍କୁ ନେଇ ମଧ୍ୟ ଅନ୍ୟ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆଇପିଏଲ୍‌ ୨୦୨୫ ଅକ୍ସନ ପୂର୍ବରୁ ରିଟେଶନ ତାରିଖ ନିକଟତର ହେଉଥିବା ବେଳେ ପନ୍ତଙ୍କୁ ଆରସିବି କିଣିବାକୁ ଇଚ୍ଛା ରଖିଛି। ରିପୋର୍ଟ ମୁତାବକ ଚଳିତ ସିଜନରେ ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ନ ହୋଇ ଅକ୍ସନକୁ ଆସିପାରନ୍ତି। ଯଦି ଏପରି ହୁଏ ତେବେ ଅନେକେ ଟିମ୍‌ ତାଙ୍କୁ କିଣିବାକୁ ଇଚ୍ଛା କରିବେ।

କହିରଖୁଛୁ, ପନ୍ତ ବାଙ୍ଗାଲୋର ଟେଷ୍ଟରେ ଆହତ ହୋଇଥିଲେ। ସେ ଦ୍ୱିତୀୟ ଇନିଂସରେ ଉଇକେଟକିପିଂ କରିପାରି ନ ଥିଲେ। ହେଲେ ସେ ପରେ ବ୍ୟାଟିଂ ଲାଗି ଓହ୍ଲାଇ ଜବରଦସ୍ତ ଇନିଂସ ଖେଳିଥିଲେ। ସେତେବେଳେ ସେ ଆଘାତରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନ ଥିଲେ। ଏବେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଖବରଦାତା ସମ୍ମିଳନୀ କରି ସେ ଫିଟ୍‌ ଥିବା କହିଛନ୍ତି। ଏପରିକି ସେ ଦ୍ୱିତୀୟ ଟେଷ୍ଟରେ ଖେଳିବା ସହ ଉଇକେଟକିପିଂ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri