Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସ ଛାଡ଼ିପାରନ୍ତି ଋଶଭ ପନ୍ତ! ଏହି ଦଳରେ ଯୋଗଦେଇପାରନ୍ତି

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍ ଦଳର ୱିକେଟ୍ କିପର ବ୍ୟାଟର ଋଷଭ ପନ୍ତ ଆଇପିଏଲ୍ ୨୦୨୫ ପୂର୍ବରୁ ଘରୋଇ ଟିମ୍ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଛାଡ଼ିପାରନ୍ତି। ଦୈନିକ ଜାଗରଣ ରିପୋର୍ଟ ଅନୁଯାୟୀ ଟିମ୍ ନିର୍ଦ୍ଦେଶକ ସୌରଭ ଗାଙ୍ଗୁଲିଙ୍କ ସମର୍ଥନ ସତ୍ତ୍ୱେ ଡିସି ମେଗା ନିଲାମ ପୂର୍ବରୁ ପନ୍ତଙ୍କୁ ଦଳରେ ରଖିବାକୁ ଚାହୁଁନାହିଁ।

ରିପୋର୍ଟରେ ଆହୁରି କୁହାଯାଇଛି ଯେ, ଯଦି ପନ୍ତଙ୍କୁ ଡିସି ଛାଡ଼ିଦିଏ ତେବେ ତାଙ୍କର ସମ୍ଭାବ୍ୟ ଆଗାମୀ ଟିମ୍ ହେବ ଚେନ୍ନାଇ ସୁପର କିଙ୍ଗ୍ସ। ନିକଟ ଭବିଷ୍ୟତରେ ଏମଏସ ଧୋନି ଅବସର ନେବାକୁ ଯାଉଥିଲା ବେଳେ ଋଷଭ ପନ୍ତ ତାଙ୍କ ବଦଳରେ ଶ୍ରେଷ୍ଠ ଚୟନ ହୋଇପାରନ୍ତି। ଏହି କାରଣରୁ ଚେନ୍ନାଇ ଋଷଭଙ୍କୁ ଦଳରେ ସାମିଲ କରିବାକୁ ଅତ୍ୟନ୍ତ ଆଗ୍ରହୀ ହୋଇପାରେ।

ଦୁର୍ଘଟଣା କାରଣରୁ ଋଷଭ ଗୋଟାଏ ସିଜିନ୍ ବ୍ୟବଧାନରେ ଆଇପିଏଲ 2024ରେ ପ୍ରତ୍ୟାବର୍ତନ କରିଥିଲେ। ପ୍ରତ୍ୟାବର୍ତନ ସିଜିନରେ ମଧ୍ୟ ଋଷଭଙ୍କ ବ୍ୟାଟ ଚିରାଚରିତ ଢଙ୍ଗରେ ଗର୍ଜିଥିଲା। ଏହା ସହିତ ସେ ଦଳର ନେତୃତ୍ୱ ମଧ୍ୟ ନେଇଥିଲେ, ତେବେ ଦୁର୍ବଳ ପ୍ରଦର୍ଶନ ପାଇଁ ଦଳ ନକଆଉଟ ପର୍ଯ୍ୟାୟକୁ ଯାଇ ପରି ନଥିଲା। ତାଙ୍କ ଅନୁପସ୍ଥିତିରେ ପୂର୍ବ ସିଜିନରେ ଅଷ୍ଟ୍ରେଲିଆର ଡେଭିଡ ୱାର୍ନର ଦଳର ନେତୃତ୍ୱ ନେଇଥିଲେ।

ଋଷଭ ଆଇପିଏଲରେ ୧୧୧ ମ୍ୟାଚ୍ ଖେଳି ୧୪୮.୯ ଷ୍ଟ୍ରାଇକ ରେଟ୍ ରେ ୩୫ ହାର ସହିତ ୩୨୮୪ ରନ୍ ସ୍କୋର କରିଛନ୍ତି। ଯେଉଁଥିରେ ଗୋଟିଏ ଶତକ ସହ ୧୮ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri