Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ପଦରୁ ହଟିପାରନ୍ତି ଋଷଭ ପନ୍ତ; ପଏଣ୍ଟ ତାଲିକା ଶୀର୍ଷରେ ରହିଛି ଦଳ

ନୂଆଦିଲ୍ଲୀ,୧୨।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ୟୁଏଇରେ ଖେଳାଯିବ। ଏହି ଲିଗ୍‌ରେ ଏଯାବତ ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି। ଏହି ୧୪ତମ ସିଜନ୍‌ରେ ଦିଲ୍ଲୀର ମଙ୍ଗ ଧରିଥିଲେ ଋଷଭ ପନ୍ତ। ହେଲେ ଶୀର୍ଷ ତାଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇପାରେ।

ସିଜିନ୍‌ ଆରମ୍ଭ ପୂର୍ବରୁ ଦିଲ୍ଲୀର ଅଧିନାୟକ ଶ୍ରେୟସ ଆୟର ଆହତ ହୋଇଥିଲେ। ଏହି କାରଣରୁ ସେ ଖେଳିପାରି ନ ଥିଲେ। ପରେ ଋଷଭଙ୍କୁ ତାଙ୍କ ବଦଳରେ ଅଧିନାୟକ ଦାୟିତ୍ୱ ମିଳିଥିଲା। ହେଲେ ଏବେ ଶ୍ରେୟସ ପୁଣିଥରେ ଫିଟ୍‌ ହୋଇଯାଇଥିବାରୁ ସେ ଶୀଘ୍ର ମଇଦାନକୁ ଫେରିପାରନ୍ତି। ଗତମାସରୁ ସେ ନିଜର ଟ୍ରେନିଂ ଆରମ୍ଭ କରିଛନ୍ତି। ଏଣୁ ଆଇପିଏଲ୍‌ରେ ଅବଶିଷ୍ଟାଂଶ ମ୍ୟାଚ୍‌ରେ ସେ ନଜର ଆସିପାରନ୍ତି।

ଏଣୁ ଦିଲ୍ଲୀ ପୁଣିଥରେ ଶ୍ରେୟସଙ୍କୁ ଅଧିନାୟକ କରିପାରେ। ହେଲେ ଋଷଭଙ୍କ ନେତୃତ୍ୱରେ ଦଳ କେବଳ ଯେ ଭଲ ଖେଳିଛି ତାହା ନୁହେଁ ବରଂ ୮ରୁ ୬ ମୁକାବିଲା ଜିତି ପଏଣ୍ଟ ତାଲିକା ଶୀର୍ଷରେ ରହିଛି। ଏଣୁ ଦଳ ପ୍ଲେଅଫ୍‌ ପାଇଁ କ୍ୱାଲିଫାଏ କରିଥିବା ଏକରକମ ସ୍ପଷ୍ଟ ହୋଇଛି।

କହିରଖୁଛୁ, ଋଷଭ ଗତ ଏକ ବର୍ଷରୁ ଭଲ ଫର୍ମରେ ଅଛନ୍ତି। ତାଙ୍କ ପ୍ରଦର୍ଶନ ପାଇଁ ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ଐତିହାସିକ ବିଜୟ ହାସଲ କରିଥିଲା। ଏଣୁ ପନ୍ତଙ୍କୁ ଅଧିନାୟକ ପଦରୁ ହଟାଇବା ଦିଲ୍ଲୀ ପାଇଁ ସହଜ ହେବ ନାହି
ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri