Posted inଖେଳ

୨୩ ବର୍ଷରେ ମିଳିଲା ଅଧିନାୟକ ଦାୟିତ୍ୱ: ନିଜର ସଫଳତାକୁ ନେଇ ଏଭଳି ପ୍ରତିକ୍ରିୟା ଦେଲେ ପନ୍ତ

ନୂଆଦିଲ୍ଲୀ,୩୧।୩: ଏପ୍ରିଲ ୯ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧। ଏହି ସଂସ୍କରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସର ମଙ୍ଗ ଧରିଛନ୍ତି ୨୩ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ। ଡିସିର ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଆହତ ସମସ୍ୟା ଯୋଗୁ ବାଦ୍‌ ପଡ଼ିବା ପରେ ତାଙ୍କ ସ୍ଥାନରେ ପନ୍ତଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ପ୍ରତିକ୍ରିୟା ରଖି ପନ୍ତ କହିଛନ୍ତି, ଦିଲ୍ଲୀରେ ମୋ ପିଲା ବେଳ କଟିଛି। ୬ ବର୍ଷ ପୂର୍ବେ ଦିଲ୍ଲୀରୁ ହିଁ ଆଇପିଏଲ୍‌ ଯାତ୍ରା ଆରମ୍ଭ କରିଥିଲି। ଏହି ଟିମ୍‌ର ଅଧିନାୟକ ହେବାର ସୁଯୋଗ ମିଳିବାର ସ୍ବପ୍ନ ସବୁବେଳେ ଦେଖି ଆସିଥିଲି। ଏବେ ତାହା ପୁରଣ ହୋଇଛି। ଏଥିନେଇ ସେ ନିଜକୁ ଧନ୍ୟ ମନେ କରୁଛନ୍ତି ବୋଲି କହିଛନ୍ତି।

ତେବେ ଗତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଆୟାର ଫିଲ୍ଡିଂ କରୁଥିବା ବେଳେ କାନ୍ଧରେ ଆଘାତ ପାଇଥିଲେ। ଫଳରେ ସିରିଜ ସମେତ ସେ ଆଇପିଏଲ୍‌ରୁ ମଧ୍ୟ ବାଦ୍‌ ପଡ଼ିଥିଲେ। ଆୟାରଙ୍କ ନେତୃତ୍ୱରେ ଦିଲ୍ଲୀ ଗତ ସଂସ୍କରଣରେ ଫାଇନାଲ୍‌ରେ ପ୍ରବେଶ କରିଥିଲା। ଫାଇନାଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସଠାରୁ ପରାସ୍ତ ହୋଇ ରନର୍ସଅପ୍‌ ହୋଇଥିଲା। ଏବେ ତାଙ୍କ ଅନୁପସ୍ଥିତିରେ ପନ୍ତଙ୍କୁ ନେତୃତ୍ୱ ପ୍ରଦାନ କରାଯାଇଛି। ଅପରପକ୍ଷେ ଦିଲ୍ଲୀର ନେତୃତ୍ୱ ନେବାକୁ ପନ୍ତ ଉପଯୁକ୍ତ ଖେଳାଳି ବୋଲି ଆୟାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri