Posted inଖେଳ

ପନ୍ତଙ୍କୁ ନେଇ ଆସିଲା ଅପଡେଟ୍‌, ୨୦୨୪ ଆଇପିଏଲରେ ଖେଳିବା ନିଶ୍ଚିତ

ନୂଆଦିଲ୍ଲୀ,୯।୧୧: ଭାରତୀୟ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଆଜିକାଲି ତାଙ୍କ ପୁନରୁଦ୍ଧାର ପ୍ରକ୍ରିୟା ଦେଇ ଗତି କରୁଛନ୍ତି। ଗତ ବର୍ଷ ଏକ କାର ଦୁର୍ଘଟଣାରେ ପନ୍ତ ଆହତ ହୋଇଥିଲେ। ଯାହା ପରେ ସେ ବର୍ତ୍ତମାନ ପର୍ଯ୍ୟନ୍ତ ମଇଦାନକୁ ଫେରି ପାରିନାହାଁନ୍ତି। ତେବେ ସେ ଜାତୀୟ କ୍ରିକେଟ ଏକାଡେମୀରେ ନେଟ୍‌ରେ ବ୍ୟାଟିଂ କରୁଛନ୍ତି। ଏହି ସମୟରେ ତାଙ୍କ ବିଷୟରେ ଏକ ବଡ ଅପଡେଟ୍‌ ସାମ୍ନାକୁ ଆସିଛି ଯେ ଆଇପିଏଲ ୨୦୨୪ରେ ସେ ମଇଦାନକୁ ଫେରିବା ଏକ ପ୍ରକାର ନିଶ୍ଚିତ।

ଦିଲ୍ଲୀ କ୍ୟାପିଟାଲ୍ସର ପ୍ରସ୍ତୁତି ଶିବିରରେ ପନ୍ତଙ୍କୁ କୋଲକାତାରେ ଦେଖିବାକୁ ମିଳିଥିଲା, ଯାହା କୌଣସି ପ୍ରକାରେ ସ୍ପଷ୍ଟ କରେ ଯେ ସେ ଆଗାମୀ ଆଇପିଏଲରେ ଫେରିପାରନ୍ତି। ଏହାପୂର୍ବରୁ ସେ ଆଘାତ ହେତୁ ୨୦୨୩ ଆଇପିଏଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବର୍ତ୍ତମାନ ତାଙ୍କ ପ୍ରତ୍ୟାବର୍ତ୍ତନ ପାଇଁ ଆଶା ବଢୁଛି। ବର୍ତ୍ତମାନ ସୁଦ୍ଧା ପନ୍ତ ବହୁ ପରିମାଣରେ ସୁସ୍ଥ ହୋଇସାରିଛନ୍ତି ଏବଂ ଆଇପିଏଲ ଆରମ୍ଭ ପାଇଁ ସମୟ ଅଛି, ସେତେବେଳକୁ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇସାରିଥିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri