Posted inଖେଳ

ଭାବପ୍ରବଣ ଭିଡିଓ ଶେୟାର କଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୧୫।୩: କାର ଦୁର୍ଘଟଣା ପରେ ଭାରତର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଅନ୍ତର୍ଜାତୀୟ କ୍ରିକେଟରୁ ଦୂରରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟରେ ନିରନ୍ତର ଉନ୍ନତି ଆସୁଛି। ପନ୍ତ ଆଗାମୀ ଆଇପିଏଲରେ ଖେଳିବ ନାହିଁ। ତାଙ୍କର ପ୍ରତ୍ୟାବର୍ତ୍ତନ ଆଉ ପାଞ୍ଚରୁ ଛଅ ମାସ ନେଇପାରେ। ପନ୍ତ ତାଙ୍କ ଫିଟନେସ ବିଷୟରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କୁ ଅପଡେଟ କରିଥାନ୍ତି। ନିକଟରେ ସେ ଇନଷ୍ଟାଗ୍ରାମରେ ଏକ ଭାବପ୍ରବଣ ଭିଡିଓ ଶେୟାର କରିଛନ୍ତି।
ଭିଡିଓରେ ସେ ଏକ ସ୍‌ୁଇମିଂ ପୁଲ୍‌ରେ ଏକ ବାଡି ସାହାଯ୍ୟରେ ଚାଲୁଥିବାର ଦେଖାଯାଇଛି। ଭିଡିଓ ଶେୟାର କରି ପନ୍ତ କ୍ୟାପସନରେ ଲେଖିଛନ୍ତି, ଛୋଟ ଛୋଟ ଜିନିଷ, ବଡ଼ ଜିନିଷ ଏବଂ ମଧ୍ୟରେ ଥିବା ପ୍ରତ୍ୟେକ ଜିନିଷ ପାଇଁ କୃତଜ୍ଞ। ପ୍ରଶଂସକ ଏହି ଭିଡିଓ ଦେଖି ପନ୍ତଙ୍କୁ ପ୍ରଶଂସା କରିଛନ୍ତି। ଏହାସହ କିଛି ୟୁଜର୍ସ ତାଙ୍କ ସାହସକୁ ସଲାମ କରିଛନ୍ତି।
ଗତ ବର୍ଷ ଡିସେମ୍ବର ୩୦ରେ ପନ୍ତ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କ କାର ରୁର୍‌କୀ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ଦୁର୍ଘଟଣାରେ ପନ୍ତ ଗୁରୁତର ଆହତ ହୋଇଥିଲେ। ପ୍ରାରମ୍ଭିକ ଚିକିତ୍ସା ପରେ ତାଙ୍କୁ ମୁମ୍ବାଇ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସା ପରେ ସେ ଘରେ ଅଛନ୍ତି।

 

View this post on Instagram

 

A post shared by Rishabh Pant (@rishabpant)


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri