Posted inଖେଳ

ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ

ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଛନ୍ତି। ଭାରତର ପ୍ରଥମ ଇନିଂସରେ ପନ୍ତ ୪୦ଟି ବଲରୁ ୨୦ ରନ ସଂଗ୍ରହ କରି ଅଧିନାୟକ ଅଜିଙ୍କେ ରାହାନେଙ୍କ ସହ ପଞ୍ଜମ ଉଇକେଟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ୫୭ ରନ ଭାଗିଦାରୀ କରିଥିଲେ। ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଖେଳ ଶେଷ ହେବା ପର୍ଯ୍ୟନ୍ତ ରାହାନେଙ୍କ ଅପରାଜିତ ଶତକ ଯୋଗୁ ଭାରତ ପାଞ୍ଚ ଉଇକେଟ ହରାଇ ୨୭୭ ରନ ସଂଗ୍ରହ କରିଛି। ରାହାନେ ୧୦୪ ରନ୍‌ରେ ଅପରାଜିତ ଏବଂ ଜାଡେଜା ୪୦ ରନ ସ୍କୋର କରି କ୍ରିଜ୍‌ରେ ଅଛନ୍ତି।
ଅଷ୍ଟ୍ରେଲିଆରେ ଗତ ଆଠ ଇନିଂସରେ ଲଗାତାର ୨୫ ପ୍ଲସ ସ୍କୋର କରି ପନ୍ତ  ହେମଣ୍ଡ, ଭିଭିଆନ ରିଚାର୍ଡସ ଏବଂ ରୁସି ସୁରତିଙ୍କ ରେକର୍ଡକୁ ସମାନ କରିଛନ୍ତି। ଅଷ୍ଟ୍ରେଲିଆର ଶେଷ ଆଠ ଇନିଂସରେ ପନ୍ତ ୨୫, ୨୮, ୩୬, ୩୦, ୩୯, ୩୩, ୧୫୯ * ଏବଂ ୨୯ ରନ ସ୍କୋର କରିଛନ୍ତି। ପନ୍ତଙ୍କୁ ରିଦ୍ଧିମାନ ସାହାଙ୍କ ସ୍ଥାନରେ ମେଲବୋର୍ନ ଟେଷ୍ଟରେ ସାମିଲ କରାଯାଇଛି। ଅବଶ୍ୟ, ପନ୍ତ କ୍ରିଜରେ ସ୍ଥିର ହେବା ପରେ ମଧ୍ୟ ଲମ୍ବା ଇନିଂସ ଖେଳିବାରେ ଅସଫଳ ହୋଇଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ ପନ୍ତଙ୍କର ଭଲ ରେକର୍ଡ ରହିଛି। ସେ ଏଠାରେ ଗୋଟିଏ ଶତକ ସମେତ ଅଷ୍ଟ୍ରେଲିଆ ମାଟିରେ ୮ ଇନିଂସରେ ହାରାହାରି ୫୪ରେ ୩୭୯ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା…

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri