Posted inଖେଳ

ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ

ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଛନ୍ତି। ଭାରତର ପ୍ରଥମ ଇନିଂସରେ ପନ୍ତ ୪୦ଟି ବଲରୁ ୨୦ ରନ ସଂଗ୍ରହ କରି ଅଧିନାୟକ ଅଜିଙ୍କେ ରାହାନେଙ୍କ ସହ ପଞ୍ଜମ ଉଇକେଟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ୫୭ ରନ ଭାଗିଦାରୀ କରିଥିଲେ। ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଖେଳ ଶେଷ ହେବା ପର୍ଯ୍ୟନ୍ତ ରାହାନେଙ୍କ ଅପରାଜିତ ଶତକ ଯୋଗୁ ଭାରତ ପାଞ୍ଚ ଉଇକେଟ ହରାଇ ୨୭୭ ରନ ସଂଗ୍ରହ କରିଛି। ରାହାନେ ୧୦୪ ରନ୍‌ରେ ଅପରାଜିତ ଏବଂ ଜାଡେଜା ୪୦ ରନ ସ୍କୋର କରି କ୍ରିଜ୍‌ରେ ଅଛନ୍ତି।
ଅଷ୍ଟ୍ରେଲିଆରେ ଗତ ଆଠ ଇନିଂସରେ ଲଗାତାର ୨୫ ପ୍ଲସ ସ୍କୋର କରି ପନ୍ତ  ହେମଣ୍ଡ, ଭିଭିଆନ ରିଚାର୍ଡସ ଏବଂ ରୁସି ସୁରତିଙ୍କ ରେକର୍ଡକୁ ସମାନ କରିଛନ୍ତି। ଅଷ୍ଟ୍ରେଲିଆର ଶେଷ ଆଠ ଇନିଂସରେ ପନ୍ତ ୨୫, ୨୮, ୩୬, ୩୦, ୩୯, ୩୩, ୧୫୯ * ଏବଂ ୨୯ ରନ ସ୍କୋର କରିଛନ୍ତି। ପନ୍ତଙ୍କୁ ରିଦ୍ଧିମାନ ସାହାଙ୍କ ସ୍ଥାନରେ ମେଲବୋର୍ନ ଟେଷ୍ଟରେ ସାମିଲ କରାଯାଇଛି। ଅବଶ୍ୟ, ପନ୍ତ କ୍ରିଜରେ ସ୍ଥିର ହେବା ପରେ ମଧ୍ୟ ଲମ୍ବା ଇନିଂସ ଖେଳିବାରେ ଅସଫଳ ହୋଇଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ ପନ୍ତଙ୍କର ଭଲ ରେକର୍ଡ ରହିଛି। ସେ ଏଠାରେ ଗୋଟିଏ ଶତକ ସମେତ ଅଷ୍ଟ୍ରେଲିଆ ମାଟିରେ ୮ ଇନିଂସରେ ହାରାହାରି ୫୪ରେ ୩୭୯ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri