Posted inଖେଳ

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ଅଧିନାୟକ ରିଷଭ ପନ୍ତ ଓ ଅକ୍ଷର ପଟେଲଙ୍କ ଦୃଢ଼ ବ୍ୟାଟିଂ ବଳରେ ଦିଲ୍ଲୀ ୨୦ ଓଭରରେ ୪ ଉଇକେଟ ହରାଇ ୨୨୪ ରନ କରିଥିଲା।

ଜବାବରେ ଗୁଜରାଟ ସାଇ ସୁଦର୍ଶନ (୬୫ ରନ, ୩୯ ବଲ, ୭ ଚୌକା, ୨ ଛକା) ଓ ଡେଭିଡ ମିଲର (୫୫ ରନ, ୨୩ ବଲ, ୬ ଚୌକା, ୩ ଛକା)ଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ବିଜୟର ନିକଟତର ହୋଇଥିଲେ ହେଁ ୨୦ ଓଭରରେ ୮ ଉଇକେଟ ହରାଇ ୨୨୦ରେ ସୀମିତ ରହି ଯାଇଥିଲା। ଦିଲ୍ଲୀ ପକ୍ଷରୁ ରସିଖ ସଲାମ ୩ଟି, କୁଲଦୀପ ଯାଦବ ୨ଟି ଏବଂ ଏନରିଚ୍‌ ନର୍ଜେ, ମୁକେଶ କୁମାର ଓ ଅକ୍ଷର ପଟେଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୯ ମ୍ୟାଚରୁ ୪ ବିଜୟ ସହ ଦିଲ୍ଲୀ ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ଗୁଜରାଟ ୯ ମ୍ୟାଚରୁ ୫ମ ପରାଜୟ ବରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri