Posted inଖେଳ

ଫିଟ୍‌ ହେବାକୁ ଲାଗିବ ୭ରୁ ୮ ମାସ

ନୂଆଦିଲ୍ଲୀ,୨୫ା୪: ଦିନିକିଆ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଦୁର୍ଘଟଣା ପରେ ସୁସ୍ଥ ହେଉଥିବା ଭାରତୀୟ ଉଇକେଟ କିପର ବ୍ୟାଟର ରିଷଭ ପନ୍ତଙ୍କ ଫିଟ୍‌ ହେବାକୁ ନେଇ ଆସିଛି ଏକ ବଡ ଅପଡେଟ୍‌। ଭାରତରେ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ ପୂର୍ବରୁ ପନ୍ତ ଫିଟ୍‌ ହେବା ଅସମ୍ଭବ ବୋଲି ଖବର ପ୍ରକାଶ ପାଇଛି। ପୂର୍ବରୁ ସେପ୍ଟେମ୍ବର ମାସରେ ହେବାକୁ ଥିବା ଏସିଆ କପ୍‌ ପାଇଁ ମଧ୍ୟ ପନ୍ତ ଉବଲବ୍ଧ ହେବେ ନାହିଁ ବୋଲି କୁହାଯାଇଥିଲା।

ତେବେ ମିଳିଥିବା ରିପୋର୍ଟ ଅନୁସାରେ ପନ୍ତ ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ଦିନିକିଆ ବିଶ୍ୱକପରେ ମଧ୍ୟ ଅଂଶଗ୍ରହଣ କରିବାରେ ଅସମର୍ଥ ହେବେ। ପନ୍ତ ନିକଟରେ ଦିଲ୍ଲୀସ୍ଥିତ ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାଚ୍‌ ଦେଖିବାକୁ ପହଞ୍ଚିଥିଲେ। ଆଶାବାଡିର ସାହାରା ନେଇ ସେ ଚାଲୁଥିବା ବେଳେ ବିନା ସାହାରାରେ ଚାଲିବା ନିମନ୍ତେ ତାଙ୍କୁ ଆହୁରି ଦୁଇ ମାସ ସମୟ ଲାଗିବ। ପନ୍ତ ଆବଶ୍ୟକତା ଠାରୁ ଶୀଘ୍ର ସୁସ୍ଥ ହେଉଥିଲେ ମଧ୍ୟ କ୍ରିକେଟ୍‌ ପାଇଁ ଫିଟ ହେବାକୁ ତାଙ୍କୁ ୭ରୁ ୮ମାସ ସମୟ ଲାଗିବ। ସୂଚନାଯାଗ୍ୟ, ୨୦୨୨ ଡିସେମ୍ବର ୩୦୨ରେ ପନ୍ତଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ପନ୍ତ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?