Posted inଖେଳ

ଭାରତକୁ ଝଟକା: କୁମିନ୍ସଙ୍କ ବାଉନ୍ସରରେ ଆହତ ପରେ ଡାକ୍ତରଖାନା ଗଲେ ଏହି କ୍ରିକେଟର

ସିଡନୀ,୯।୧: ଭାରତୀୟ ଟିମ୍‌ର ଉଇକେଟ୍‌କିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ଥ ଆହତ ହୋଇଛନ୍ତି। ସିଡନୀରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟର ତୃତୀୟ ଦିନରେ ବ୍ୟାଟିଂ ସମୟରେ ପ୍ୟାଟ୍‌ କୁମିନ୍ସଙ୍କ ବାଉନ୍ସରରେ ତାଙ୍କର ବାମ ହାତରେ ଆଘାତ ଲାଗିଛି। ତାଙ୍କୁ ସ୍କାନ ପାଇଁ ଡାକ୍ତରଖାନା ନିଆଯାଇଛି। ଭାରତର ପାଳି ଶେଷ ହେବା ପରେ ବିସିସିଆଇ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।

ଆଘାତ ଲାଗିବା ସତ୍ତ୍ୱେ ପନ୍ଥ ବ୍ୟାଟିଂ ଜାରି ରଖିଥିଲେ। ପରେ ହାଜେଲ୍‌ଉଡ୍‌ଙ୍କ ବଲ୍‌ରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ବାମ ହାତି ଏହି ବ୍ୟାଟ୍ସମ୍ୟାନ୍‌ ୬୭ ବଲ୍‌ ଖେଳି ୩୬ ରନ୍‌ କରିଥିଲେ। ଚେତେଶ୍ୱର ପୂଜାରାଙ୍କ ସହ ୫ମ ଉଇକେଟ ପାଇଁ ୫୩ରନ୍‌ର ଭାଗୀଦାରି କରିଥିଲେ। ତେବେ ପନ୍ଥ ଆହତ ହୋଇଥିବା ହେତୁ ଅଷ୍ଟ୍ରେଲିଆର ଦ୍ୱିତୀୟ ପାଳିରେ ରିଦ୍ଧିମାନ ଶାହା ଉଇକେଟକିପର ଭୂମିକା ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୩।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri