Posted inଖେଳ

ଋଷଭ ପନ୍ତଙ୍କ ବଡ଼ ଘୋଷଣା, ନୀରଜ ସ଼୍ବର୍ଣ୍ଣ ପଦକ ଜିତିଲେ ଦେବେ…

ନୂଆଦିଲ୍ଲୀ, ୦୭।୦୮: ଚଳିତ ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ଗୋଲ୍ଡେନ୍‌ ବୟ ନୀରଜ ଚୋପ୍ରା କମାଲ୍‌ ପ୍ରଦର୍ଶନ କରିଛନ୍ତି । ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ସେ ପ୍ରଥମ ପ୍ରୟାସରେ ହିଁ ମେଡାଲ୍‌ ଇଭେଣ୍ଟରେ ସ୍ଥାନ ପକ୍କା କରିଛନ୍ତି । ଯୋଗ୍ୟତା ପର୍ଯ୍ୟାୟରେ ସେ ୮୯.୩୪ ମିଟର ଜାଭେଲିନ୍‌ ଫିଙ୍ଗିଥିଲେ । ଯାହାକି ଚଳିତ ସିଜିନ୍‌ରେ ତାଙ୍କର ସର୍ବଶ୍ରେଷ୍ଠ ଥ୍ରୋ । ଏବେ ତାଙ୍କର ସ଼୍ବର୍ଣ୍ଣ ପଦକକୁ ଭାରତବାସୀଙ୍କ ନଜର । ଏହାରି ମଧ୍ୟରେ ଭାରତୀୟ କ୍ରିକେଟ୍‌ ଟିମ୍‌ର ୱିକେଟ୍‌ କିପର ଋଷଭ ପନ୍ତ ନୀରଜଙ୍କୁ ନେଇ ବଡ଼ ଘୋଷଣା କରିଛନ୍ତି । ନୀରଜ ଗୋଲ୍ଡ ମେଡାଲ୍‌ ଜିତିଲେ ତାଙ୍କର ଫ୍ୟାନ୍ସଙ୍କୁ ସେ ବଡ଼ ଉପହାର ଦେବା ନେଇ ଟ଼୍ବିଟ୍‌କରି ଘୋଷଣା କରିଛନ୍ତି ।

ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଉଥିବା ୩ ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଋଷଭ ପନ୍ତ ଏବେ ସେଠାରେ ରହିଛନ୍ତି । ନୀରଜ ଚୋପ୍ରାଙ୍କୁ ସମର୍ଥନ ପାଇଁ ଟୱିଟ କରି ସେ ଲେଖିଛନ୍ତି ଯେ ଆସନ୍ତାକାଲି ନୀରଜ ସ଼୍ବର୍ଣ୍ଣ ପଦକ ଜିତିଲେ ମୁଁ ୧,୦୦,୦୮୯ ଟଙ୍କା ସେହି ପ୍ରଶଂସକଙ୍କୁ ଦେବି, ଯିଏ ଏହି ଟ଼୍ବିଟରେ ଅଧିକ ଲାଇକ୍‌ କରିବେ ଏବଂ କମେଣ୍ଟ ଦେବେ । ଏଥିସହିତ ଟପ୍‌ ୧୦ ରେ ଥିବା ବାକି ପ୍ରଶଂସକଙ୍କୁ ବିମାନ ଟିକେଟ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?