Posted inଖେଳ

ଚତୁର୍ଥ ଟେଷ୍ଟରେ ଭାରତକୁ ନିୟନ୍ତ୍ରଣ ଆଣି ଦେଲା ପନ୍ତ-ସୁନ୍ଦରଙ୍କ ଭାଗୀଦାରିତା

ଅହମ୍ମଦାବାଦ,୫।୩ : ରିଷଭ ପନ୍ତ ଓ ଓ୍ବାଶିଂଟନ ସୁନ୍ଦରଙ୍କ ଭାଗୀଦାରିତା ଭାରତ ପାଇଁ ମୂଲ୍ୟବାନ ସାବ୍ୟସ୍ତ ହୋଇଛି। ଇଂଲଣ୍ଡ ବିପକ୍ଷରେ ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ଟିମ୍‌ ଇଣ୍ଡିଆର ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଇଂଲଣ୍ଡ ୨୦୫ ରନ୍‌ କରିଥିବାବେଳେ ଭାରତ ଅସମାପ୍ତ ଇନିଂସ ବ୍ୟାଟିଂ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଏପରି କି ୧୪୬ ରନ୍‌ରେ ପ୍ରମୁଖ ୬ ବ୍ୟାଟ୍ସମ୍ୟାନଙ୍କୁ ହରାଇ ସଙ୍କଟରେ ପଡ଼ିଥିଲା ଟିମ୍‌ ଇଣ୍ଡିଆ। ଏହାପରେ ପନ୍ତ ଓ ସୁନ୍ଦର ୭ମ ଉଇକେଟ ପାଇଁ ୧୧୩ ରନ୍‌ ଯୋଡ଼ିବା ସହ ଦଳକୁ ଆଣି ଦେଇଥିଲେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ। ପୂରା ଇନିଂସରେ ବିସ୍ଫୋରକ ବ୍ୟାଟିଂ କରିଥିବା ପନ୍ତ ଛକା ମାରି ପୂରଣ କରିଥିଲେ କ୍ୟାରିୟରର ୩ୟ ଶତକ। ତାଙ୍କ ୧୦୧ ରନ୍‌ର ଇନିଂସରେ ସାମିଲ ଥିଲା ୧୩ ଚୌକା ଓ ୨ ଛକା।

 ସେ ଆଉଟ୍‌ ହେବା ପରେ ସୁନ୍ଦର ଓ ଅକ୍ଷର ପଟେଲ ଭ୍ରମଣକାରୀ ବୋଲରଙ୍କୁ ଆଉ ଉଇକେଟ ନେବାକୁ ଦେଇ ନ ଥିଲେ ସୁଯୋଗ। ଫଳରେ ଦ୍ୱିତୀୟ ଦିନ ଷ୍ଟମ୍ପ ଅସପାରଣ ସୁଦ୍ଧା ଟିମ୍‌ ଇଣ୍ଡିଆ ୭ ଉଇକେଟ ହରାଇ ୨୯୪ ରନ୍‌ କରିଛି। ଭାରତ ପାଖରେ ଆଉ ୩ ଉଇକେଟ ଥିବାବେଳେ ୮୯ ରନ୍‌ର ଅଗ୍ରଣୀ ହାସଲ କରିଛି। ସୁନ୍ଦର ୬୦ (୮ ଚୌକା) ଓ ଅକ୍ଷର ୧୧ ରନ୍‌ କରି ଅପରାଜିତ ଅଛନ୍ତି। ଇଂଲଣ୍ଡ ପକ୍ଷରୁ ଜେମ୍ସ ଆଣ୍ଡରସନ ୩ ଉଇକେଟ ନେଇଥିବାବେଳେ ବେନ ଷ୍ଟୋକ୍ସ ଓ ଜ୍ୟାକ ଲିଚ୍‌ ୨ ଲେଖାଏ ଉଇକେଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri