Posted inଖେଳ

ଏହି ଭାରତୀୟ ଖେଳାଳି ଭବିଷ୍ୟତରେ କିମ୍ବଦନ୍ତୀ ଭାବେ ପରିଗଣିତ ହେବେ କହିଲେ ଦାଦା

ଅହମ୍ମଦାବାଦ,୫।୩ : ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭବିଷ୍ୟତରେ ସମସ୍ତ ଫର୍ମାଟରେ ସର୍ବକାଳୀନ କିମ୍ବଦନ୍ତୀ ଆଖ୍ୟା ପାଇବେ ବୋଲି ପୂର୍ବାନୁମାନ କରିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ଅନ୍ତିମ ତଥା ଚତୁର୍ଥ ମ୍ୟାଚ୍‌ରେ ଉଭୟ ଦଳର ବ୍ୟାଟ୍ସମ୍ୟାନ ସଂଘର୍ଷ କରୁଥିବାବେଳେ ଶତକ ହାସଲ କରିଛନ୍ତି ପନ୍ତ। ପୂରା ଇନିଂସରେ ଆଟାକିଂ ବ୍ୟାଟିଂ କରିଥିବା ପନ୍ତ ୧୧୮ ବଲରେ ଖେଳିଥିଲେ ୧୦୧ ରନ୍‌ର ଇନିଂସ।

” ସେ ଏତେ ଭଲ ଖେଳୁଛନ୍ତି। ଚାପରେ ଥିବାବେଳେ ସେ ଯେଉଁଭଳି ଖେଳିଲେ, ତାହା ଅବିଶ୍ୱସନୀୟ। ତେବେ ଏହା ପ୍ରଥମ ଥର ନୁହେଁ ଓ ଶେଷ ଥର ମଧ୍ୟ ହେବ ନାହିଁ। ଆଗାମୀ ବର୍ଷରେ ପନ୍ତ ସମସ୍ତ ଫର୍ମାଟର ସର୍ବକାଳୀନ କିମ୍ବଦନ୍ତୀ ଭାବେ ପରିଗଣିତ ହେବେ। ଆଟାକିଂ ବ୍ୟାଟିଂ ଜାରି ରଖ। ଏହି କାରଣରୁ ତୁମେ ମ୍ୟାଚ୍‌ ଓ୍ବିନର ଓ ସ୍ବତନ୍ତ୍ର ହୋଇ ରହିବ “ ବୋଲି ଗାଙ୍ଗୁଲି ଟୁଇଟ୍‌ କରିଛନ୍ତି। ଉଲ୍ଲେଖଥାଉ କି, ସମସ୍ତ ଫର୍ମାଟରେ ଭାରତୀୟ ଦଳ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇବା ପାଇଁ ସଂଘର୍ଷ କରୁଥିବା ପନ୍ତ ଗତ ବର୍ଷ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri