Posted inଖେଳ

ରିଷଭ ପନ୍ତକୁ କରାଯିବ ମୁମ୍ବାଇ ସ୍ଥାନାନ୍ତର

ମୁମ୍ବାଇ,୪।୧: ଡିସେମ୍ବର ୩୦ରେ ଏକ କାର ଦୁର୍ଘଟଣାରେ ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଗୁରୁତର ଆହତ ହୋଇଥିଲେ। ସେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଉନ୍ନତ ଚିକିତ୍ସା ପାଇଁ ପନ୍ତକୁ ମୁମ୍ବାଇ ସ୍ଥାନାନ୍ତର କରାଯିବ। ଏଠାରେ ତାଙ୍କର ଲିଗାମେଣ୍ଟ ଚିକିତ୍ସା କରାଯିବ। ଡିଡିସିଏ ସଭାପତି ଏହି ସୂଚନା ଦେଇଛନ୍ତି।
ଡିଡିସିଏ ସଭାପତି ଶ୍ୟାମ ଶର୍ମାଙ୍କ ଅନୁଯାୟୀ ପନ୍ତଙ୍କୁ ଅଧିକ ଚିକିତ୍ସା ପାଇଁ ମୁମ୍ବାଇ ସ୍ଥାନାନ୍ତର କରାଯିବ। ସେ ଦିନକ ପୂର୍ବରୁ ପନ୍ତଙ୍କୁ ଭେଟିବା ପାଇଁ ଡେରାଡୁନରେ ପହଞ୍ଚିଥିଲେ। ପନ୍ତଙ୍କ ଲିଗାମେଣ୍ଟ ଚିକିତ୍ସା ପାଇଁ ମୁମ୍ବାଇକୁ ନିଆଯିବ। ଲିଗାମେଣ୍ଟ ହେଉଛି ଏକ ପ୍ରକାର ଫାଇବର ଯାହା ହାଡକୁ ସଂଯୋଗ କରିବା ପାଇଁ କାମ କରେ। ଯଦି ଆଘାତ ଗଭୀର, ତେବେ ସୁସ୍ଥ ହେବାକୁ ସମୟ ଲାଗେ। ବର୍ତ୍ତମାନ, ପନ୍ତଙ୍କ ଆଘାତର ଗମ୍ଭୀରତା ଉପରେ ଡିଡିସିଏ ଏବଂ ବିସିସିଆଇ ନଜର ରଖିଛନ୍ତି ।
ଖ୍ରୀଷ୍ଟମାସ ପାଳନ କରିବା ପରେ ଦୁବାଇରୁ ଫେରିଥିବା ପନ୍ତ ୩୦ ଡିସେମ୍ବରରେ ନିଜ ମା’ଙ୍କୁ ଭେଟିବା ପାଇଁ ରୁରକୀ ଯାଉଥିଲେ। ତାଙ୍କ କାର ଏକ ଡିଭାଇଡରକୁ ଧକ୍କା ଦେବା ପରେ ଗାଡିରେ ନିଆଁ ଲାଗିଯାଇଥିଲା। ଏହି ଦୁର୍ଘଟଣାରେ ପନ୍ତ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ଚିକିତ୍ସା ପାଇଁ ରୁର୍‌କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତା’ପରେ ପନ୍ତଙ୍କୁ ଉନ୍ନତ ଚିକିତ୍ସା ପାଇଁ ଡେରାଡୁନର ମ୍ୟାକ୍ସ ହସ୍ପିଟାଲକୁ ରେଫର୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri