Posted inଖେଳ

ବଡ଼ ରେକର୍ଡ ହାସଲ କଲେ ରିଷଭ

ଦୁବାଇ,୧୧।୧୦: ଆଇପିଏଲର ରୋମାଞ୍ଚକର ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୪ ଉଇକେଟ୍‌ରେ ପରାସ୍ତ କରି ପ୍ଲେ ଅଫ୍‌ରେ ପହଞ୍ଚିିଛି। ଏହି ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ ହାରିଥିଲେ। କିନ୍ତୁ ଏହି ମ୍ୟାଚ ଖେଳିବା ସହ ସେ ତାଙ୍କ ନାମରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ଆଇପିଏଲ ପ୍ଲେ ଅଫ ଖେଳିଥିବା ଅଧିନାୟକଙ୍କ ପାଇଁ ରିଷଭ ପନ୍ତ ସବୁଠୁ କନିଷ୍ଠ ଅଧିନାୟକ ହୋଇପାରିଛନ୍ତି। ପନ୍ତଙ୍କୁ ଏବେ ମାତ୍ର ୨୪ ବର୍ଷ ୬ ଦିନ । ଆଇପିଏଲ ଇତିହାସରେ ପନ୍ତ ହେଉଛନ୍ତି ପଞ୍ଚମ କନିଷ୍ଠ ଅଧିନାୟକ। ଆଇପିଏଲର କନିଷ୍ଠ ଅଧିନାୟକ ହେଉଛନ୍ତି ବିରାଟ କୋହଲି, ଯିଏକି ୨୦୧୧ ମସିହାରେ ୨୨ ବର୍ଷ ୪ ମାସ ୬ ଦିନ ବୟସରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁର ଅଧିନାୟକ ହୋଇଥିଲେ। ଚଳିତ ବର୍ଷ ଆଇପିଏଲର ପ୍ରଥମ ପର୍ଯ୍ୟାୟରେ ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକତ୍ୱ ଗ୍ରହଣ କରିଥିଲେ।
ଆଇପିଏଲ ପ୍ଲେ ଅଫ ଖେଳିଥିବା ଚେନ୍ନାଇ ସୁପର କିଙ୍ଗ୍ସର ମହେନ୍ଦ୍ର ସିଂ ଧୋନୀ ଦ୍ୱିତୀୟ ବୟୋଜ୍ୟେଷ୍ଠ ଅଧିନାୟକ ହୋଇଛନ୍ତି। ଏହାପୂର୍ବରୁ ରାହୁଲ ଦ୍ରାବିଡ ୨୦୧୩ରେ ଆଇପିଏଲ ପ୍ଲେ ଅଫରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଅଧିନାୟକତ୍ୱ କରିଥିଲେ। ସେତେବେଳେ ତାଙ୍କୁ ୪୦ ବର୍ଷ ହୋଇଥିଲା। ଧୋନୀ ରାହୁଲଙ୍କ ପରେ ଦ୍ୱିତୀୟ ବୟୋଜ୍ୟେଷ୍ଠ ଅଧିନାୟକ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri