Posted inUncategorized

ନୂଆ ଇନିଂସ ଆରମ୍ଭ କଲେ ରିଷଭ ପନ୍ତ: ଦାନ କରିଦେବେ….

ନୂଆଦିଲ୍ଲୀ,୬।୨: ଭାରତୀୟ ଦଳର ଉଇକେଟକିପର ବ୍ୟାଟସମ୍ୟାନ ରିଷଭ ପନ୍ତ ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଏକ ଫାଉଣ୍ଡେସନ ଆରମ୍ଭ କରୁଛନ୍ତି। ଏହି ଫାଉଣ୍ଡେସନର ନାମ ଆର୍‌ପିଏଫ୍‌ ଅର୍ଥାତ୍‌ ରିଷଭ ପନ୍ତ ଫାଉଣ୍ଡେସନ ହେବ। ଏହାସହ ସେ ରୋଜଗାରର ୧୦ ପ୍ରତିଶତ ଦାନ କରିଦେବେ ବୋଲି ଘୋଣୋ କରିଛନ୍ତି।
ରିଷଭ ପନ୍ତ ସୋସିଆଲ ମିଡିଆରେ ଭିଡିଓଟି ଶେୟାର କରିଛନ୍ତି। ଏହା ବ୍ୟତୀତ, ସେ ପୋଷ୍ଟରେ ଲେଖିଛନ୍ତି- ମୁଁ ଭଗବାନ ଏବଂ ଜୀବନରୁ ବହୁତ ଭଲପାଇବା ପାଇଛି, ଏହା ମୋର ସୌଭାଗ୍ୟ ଯେ ଆଜି ମୁଁ ମୋର ସ୍ବପ୍ନକୁ ବଞ୍ଚୁଛି, ମୁଁ ମୋ ଦେଶ ପାଇଁ କ୍ରିକେଟ ଖେଳୁଛି। ଏପର୍ଯ୍ୟନ୍ତ ମୋତେ ମିଳିଥିବା ସମସ୍ତ ପ୍ରେମ, ସମର୍ଥନ ଏବଂ ସାହସ ପାଇଁ ମୁଁ ଗଭୀର କୃତଜ୍ଞ। ମୁଁ କେତେ ଭାଗ୍ୟବାନ ତାହା ମୁଁ ଭଲ ଭାବରେ ଜାଣେ।
ଏବେ ମୁଁ ଭାବୁଛି ଯେ ପଡ଼ିଆ ବାହାରେ ମୋର ଯୋଜନା ଉପରେ କାମ କରିବା ପାଇଁ ଏହା ଠିକ ସମୟ। ରିଷଭ ପନ୍ତ ଫାଉଣ୍ଡେସନର ଉଦ୍ଦେଶ୍ୟ ସରଳ। ଏହା ଅସହାୟଙ୍କ ପାଇଁ ଖୁସି ଆଣିବା, ସେମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ କାର୍ଯ୍ୟ କରିବ। ଜୀବନ ମୋତେ ସଂଘର୍ଷ କରିବା, ଆଶା ରଖିବା ଏବଂ ହସିବା ଶିଖାଇଛି। ଏବେ ମୁଁ ଏହାକୁ ଅନ୍ୟମାନଙ୍କ ସହିତ ବାଣ୍ଟିବାକୁ ଚାହୁଁଛି।
ଏହା ବ୍ୟତୀତ ରିଷଭ ପନ୍ତ ମଧ୍ୟ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ, ସେ ତାଙ୍କ ରଣନୀତି ଏବଂ ଦି ରିଷଭ ପନ୍ତ ଫାଉଣ୍ଡେସନ ବିଷୟରେ ସୂଚନା ଦେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri