ରିଲିଜ୍ ହେବ ରିଷି କପୁରଙ୍କ ଅଭିନୀତ ଶେଷ ଫିଲ୍ମ

ମୁମ୍ବାଇ: ବଲିଉଡର ବରିଷ୍ଠ କଳାକାର ରିଷି କପୁରଙ୍କ ଅଭିନୀତ ଶେଷ ଫିଲ୍ମ ‘ଶର୍ମା ଜୀ ନମକିନ’ର ରିଲିଜ୍ ଡେଟ୍ ସାମ୍ନାକୁ ଆସିଛି । ମୃତ୍ୟୁ ପୂର୍ବରୁ ରିଷି ଏହି ଫିଲ୍ମର ଏକ ବଡ ଭାଗ ଶୁଟିଂ କରିଦେଇଥିବା ବେଳେ ଏବେ ଏହାକୁ ପୂରଣ କରିଛନ୍ତି ପରେଶ ରାୱଲ । ରିଷିଙ୍କ ଆକଷ୍ମିକ ମୃତ୍ୟୁ ଯୋଗୁ ଫିଲ୍ମଟି ରିଲିଜ୍ ହେବାରେ ବିଳମ୍ବ ହୋଇଛି । ଫିଲ୍ମ ‘ଶର୍ମା ଜୀ ନମକିନ’ ଓଟିଟି ପ୍ଲାଟଫର୍ମ ଅମେଜନ ପ୍ରାଇମ ଭିଡିଓରେ ୩୧ ମାର୍ଚ୍ଚରେ ପ୍ରମିୟର ହେବ । ଏଥିରେ ଜୁହି ଚାୱଲାଙ୍କୁ ବି ଏକ ମୁଖ୍ୟ ଚରିତ୍ରରେ ଦେଖିବାକୁ ମିଳିବ ।
ଫିଲ୍ମର ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ ଏଥିରେ ରିଷି କପୁର ଏକ ବ୍ରିଫକେସ ଧରିଥିବା ନଜର ଆସିଛି । ମଫଲର, କଳା ପ୍ୟାଣ୍ଟ ଓ ସ୍ୱେଟର ପିନ୍ଧି ଏକ ଖାଲି ସଡ଼କରେ ହସି ହସି ଯାଉଥିବାର ଦେଖାଯାଇଛି । ଫିଲ୍ମର କାହାଣୀ ନିକଟରେ ଅବସର ନେଇଥିବା ଜଣେ ବ୍ୟକ୍ତିଙ୍କ ଜୀବନୀକୁ ନେଇ ନିର୍ମାଣ କରାଯାଇଛି । ସୂଚନାଯୋଗ୍ୟ, ୨୦୨୦ ଏପ୍ରିଲ ୩୦ରେ ଲ୍ୟୁକୋମିଆରେ ପୀଡ଼ିତ ଥିବା ରିଷିଙ୍କର ଚିକିତ୍ସା ଚାଲିଥିବା ବେଳେ ମୃତ୍ୟୁ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?