ରୁଷି ସୁନକଙ୍କୁ ମିଳିଲା ୧୦୦କଞ୍ଜରଭେଟିଭ ନେତାଙ୍କ ସମର୍ଥନ

ଲଣ୍ଡନ,୨୨।୧୦: ବ୍ରିଟେନରେ ବର୍ତ୍ତମାନ ରାଜନୈତିକ ଅସ୍ଥିରତା ଦେଖାଦେଇଥିବା ବେଳେ ପୁଣିଥରେ ପ୍ରଧାନମନ୍ତ୍ରୀ ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଲିଜ୍‌ ଟ୍ରସଙ୍କ ଇସ୍ତଫା ପରେ ଏହାର ସିଧାସଳଖ ଲାଭ ଭାରତୀୟ ବଂଶୋଦ୍ଭବ ରୁଷି ସୁନକଙ୍କୁ ମିଳିବ ବୋଲି ଚର୍ଚ୍ଚା ହେଉଛି। ବର୍ତ୍ତମାନ ଏହି ଦୌଡ଼ରେ ସେ ଆଗରେ ଅଛନ୍ତି। ତାଙ୍କ ବ୍ୟତୀତ ବୋରିସ ଜନ୍‌ସନ୍‌ ଏବଂ ବରିଷ୍ଠ କ୍ୟାବିନେଟ ସଦସ୍ୟ ପେନ୍ନି ମୋର୍ଡଣ୍ଟ ମଧ୍ୟ ଏହି ରେସ୍‌ରେ ଅଛନ୍ତି। କିନ୍ତୁ ସବୁଠାରୁ ବଡ କଥା ହେଉଛି ନାମାଙ୍କନ ପ୍ରକ୍ରିୟା ଦୌଡ଼ରେ ସୁନକ ବାଜି ମାରିନେଇଛନ୍ତି। କାରଣ ତାଙ୍କୁ ନାମାଙ୍କନ ପାଇଁ ଆବଶ୍ୟକ ୧୦୦ କଞ୍ଜରଭେଟିଭ୍‌ ନେତାଙ୍କ ସମର୍ଥନ ମିଳିସାରିଛି। ନାମାଙ୍କନ ପାଇଁ ଅକ୍ଟୋବର ୨୪ ହେଉଛି ଶେଷ ଦିନ। ଲିଜ୍‌ଙ୍କ ଇସ୍ତଫା ପରେ ଶାସକ କଞ୍ଜରଭେଟିଭ୍‌ ପାର୍ଟିକୁ ଏକ ସପ୍ତାହ ମଧ୍ୟରେ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଶପଥ ଗ୍ରହଣ କରାଇବାକୁ ପଡିବ। ସୂଚନାଯୋଗ୍ୟ, ଗୁରୁବାର ଲିଜ୍‌ ଟ୍ରସ ୪୫ଦିନ ପରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏଭଳି ପରିସ୍ଥିତିରେ ପୁଣି ଥରେ ଏଠାରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଦେଶବାସୀ ପୁଣିଥରେ ନିଜର ପ୍ରଧାନମନ୍ତ୍ରୀ ଚୟନ କରିବେ। ଲିଜ୍‌ଙ୍କ ଇସ୍ତଫା ପରେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ସେନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri