ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ମୋର ଧର୍ମ: ସୁନକ

ଲଣ୍ଡନ,୪ ।୨: ମୂଳ ଭାରତୀୟ ବାସିନ୍ଦା ତଥା ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଗତ ବର୍ଷ ରାଜନୈତିକ ଉତ୍ଥାନ ପତନ ମଧ୍ୟରେ ୧୦ କାଉଣ୍ଟିଂ ଷ୍ଟ୍ରିଟରେ ଶୀର୍ଷ ପଦ ସମ୍ଭାଳିବା ପଛରେ ନିଜର ପ୍ରେରଣାକୁ ନିଜର ‘ଧର୍ମ’ ବୋଲି କହିଛନ୍ତି । ବ୍ରିଟେନର ପ୍ରଥମ ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ୧୦୦ ଦିନ ପୂରଣ ହୋଇଛି । ଏହି ଅବସରରେ ସେ ତାଙ୍କର କାଉଣ୍ଟିଂ ଷ୍ଟ୍ରିଟ ହୋମରେ ‘ଟକ ଟିଭି’ର ହୋଷ୍ଟ ପିୟର୍ସ ମାର୍ଗନଙ୍କ ସହ ଏକ ସାକ୍ଷାତକାରରେ ଏହା କହିଛନ୍ତି । ତାଙ୍କ ପାଇଁ ପ୍ରଶ୍ନ ଥିଲା କି ଜୀବନ-ଯାପନର ଗମ୍ଭୀର ସଙ୍କଟ ଓ ତାଙ୍କ ପୂର୍ବବର୍ତ୍ତି ଲିଜ ଟ୍ରସଙ୍କୁ ପ୍ରଧାନମନ୍ତ୍ରୀ ଭାବେ କେବଳ ୪୫ ଦିନର ସବୁଠାରୁ ଛୋଟ କାର୍ଯ୍ୟକାଳ ମଧ୍ୟରେ ସେ ଏଠାରେ ପହଞ୍ଚିବାକୁ କ’ଣ କରିଥିଲେ ।
ଏହାର ଜବାବରେ ସୁନକ କହିଥିଲେ ମୋ ପାଇଁ ମୋ କାମ କର୍ତ୍ତବ୍ୟ ପରି । ହିନ୍ଦୁ ଧର୍ମରେ ଏକ ଅବଧାରଣା ରହିଛି ଯାହାକୁ ଧର୍ମ କୁହାଯାଏ, ଯାହା ବହୁଳଭାବେ କର୍ତ୍ତବ୍ୟରେ ପରିବର୍ତ୍ତନ ହାଇଥାଏ ଓ ଏହାରି ହିସାବରେ ମୋର ପାଳନ-ପୋଷଣ ହୋଇଛି । ଏହା ସେହି କାମକୁ କରିଥାଏ, ଯାହା ଆପଣଙ୍କୁ ଅପେକ୍ଷା କରିଥାଏ ଓ ଠିକ୍ କାମ କରିବାକୁ ଚେଷ୍ଟା କରାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri