ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଆଗକୁ ବଢୁଛନ୍ତି ଋଷି ସୁନକ

ଲଣ୍ଡନ,୧୯ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଧୀରେ ଧୀରେ ଆଗକୁ ବଢୁଛନ୍ତି । ସେ ତୃତୀୟ ରାଉଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ଏହି ରାଉଣ୍ଡରେ ତାଙ୍କୁ ୧୧୫ ଭୋଟ ମିଳିଛି । ଫଳରେ ସେ ଏହି ରେସରେ ଆଗରେ ରହିଛନ୍ତି । ତୃତୀୟ ରାଉଣ୍ଡରେ ମୋଟ ୩୫୭ ଭୋଟ ଦିଆଯାଇଥିଲା ।
ଏହି ରାଉଣ୍ଡରେ ଋଷିଙ୍କ ପ୍ରତିଦ୍ୱନ୍ଦି ପେନି ମୋର୍ଡିଟ ୮୨ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ସେହିପରି ୭୧ଟି ଭୋଟ ସହ ଲିଜ ଟ୍ରସ ତୃତୀୟ ସ୍ଥାନରେ ରହିଛନ୍ତି । ଏହି ରାଉଣ୍ଡରେ ୫୮ ଭୋଟ ସହ କେମି ବୈଡେନେଚ ଚତୁର୍ଥ ସ୍ଥାନରେ ରହିଛନ୍ତି । ୩୧ ଖଣ୍ଡ ଭୋଟ ପାଇ ଟମ ତୁଗେଂଦତ ପ୍ରଧାନମନ୍ତ୍ରୀ ରେସରୁ ବାହାରି ଯାଇଛନ୍ତି ।
ତୃତୀୟ ରାଉଣ୍ଡରେ ବିଜୟ ହେବା ପରେ ସୁନକଙ୍କୁ ସମର୍ଥନ କରୁଥିବା ବ୍ରିଟେନର ପୂର୍ବତନ ସ୍ୱାସ୍ଥ୍ୟ ସଚିବ ମୈଟ ହୋନକାକ କହିଛନ୍ତି, ପ୍ରଧାନମନ୍ତ୍ରୀ ପାଇଁ ଋଷି ସୁନକ ହେଉଛନ୍ତି ଉପଯୁକ୍ତ ପ୍ରାର୍ଥୀ । ସେ ଏସିଆର ମୂଳ ବାସିନ୍ଦା ହୋଇଥିଲେ ସୁଦ୍ଧା ଏହାର କୌଣସି ଫରକ ପଡିବ ନାହିଁ । ତାଙ୍କ ପାଖରେ ପ୍ରଧାନମନ୍ତ୍ରୀ ହେବା ଓ ଏହାକୁ ସୂଚାରୁରୂପେ ତୁଲାଇବାର ଯଥେଷ୍ଟ କ୍ଷମତା ରହିଛି । ମୈଟ ହୋନକାକ ଆହୁରି ମଧ୍ୟ କହିଛନ୍ତି ସେ ସୁନକଙ୍କ ଖୁବ୍ ନିକଟରେ କାମ କରିଛନ୍ତି, ଅସୁବିଧା ପରିସ୍ଥିତିକୁ ସେ ଖୁବ୍ ସୁନ୍ଦର ଭାବେ ସମ୍ଭାଳି ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri