ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ ପାଣି ଜମି ରହୁଛି। ଡ୍ରେନେଜ ବ୍ୟବସ୍ଥାର ଅଭାବ ଏବଂ ରାସ୍ତା ମରାମତି ଅଭାବରୁ ଯାତ୍ରୀ ଓ ସ୍ଥାନୀୟ ବାସିନ୍ଦା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ପ୍ରତିଦିନ ଏହି ବସ୍‌ଷ୍ଟାଣ୍ଡ ଦେଇ ଭବାନୀପାଟଣା, ବଲାଙ୍ଗୀର, କେସିଙ୍ଗା ଓ ମଦନପୁର ରାମପୁର ଆଦି ସ୍ଥାନକୁ ଶହ ଶହ ଯାତ୍ରୀ ଯାତାୟାତ କରନ୍ତି। ମାତ୍ର ବସଷ୍ଟାଣ୍ଡ ପରିସର ପାଣିକାଦୁଅରେ ପରିପୂର୍ଣ୍ଣ ହୋଇଥିବାରୁ ଯାତ୍ରୀମାନେ ବସ୍‌ରେ ଚଢ଼ିବା କିମ୍ବା ଓହ୍ଲାଇବା ସମୟରେ ହଇରାଣ ହେଉଛନ୍ତି।

ଅନେକ ସମୟରେ ବୃଦ୍ଧ, ମହିଳା ଓ ଛୋଟ ପିଲାମାନେ ଗୋଡ଼ ଖସି ତଳେ ପଡ଼ି ଆହତ ହେଉଛନ୍ତି। ଦୀର୍ଘଦିନ ଧରି ପାଣି ଜମି ରହିବାରୁ ମଶାମାଛି ବଂଶ ବୃଦ୍ଧି ପାଇ ଡେଙ୍ଗୁ ଓ ମ୍ୟାଲେରିଆ ଭଳି ରୋଗ ବ୍ୟାପିବା ଆଶଙ୍କା ଦେଖାଦେଇଛି।

ସେହିପରି ବସ୍‌ଷ୍ଟାଣ୍ଡ ଉପରେ ନିର୍ଭର କରୁଥିବା ଉଠାଦୋକାନୀ ଓ ଅନ୍ୟ ବ୍ୟବସାୟୀଙ୍କ ବ୍ୟବସାୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏ ସମ୍ପର୍କରେ ସ୍ଥାନୀୟ ବାସିନ୍ଦା ବାରମ୍ବାର ପଞ୍ଚାୟତ ଓ ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କୌଣସି ସ୍ଥାୟୀ ସମାଧାନ କରାଯାଉ ନାହିଁ। ତୁରନ୍ତ ଡ୍ରେନେଜ ବ୍ୟବସ୍ଥା ସହ ବସ୍‌ଷ୍ଟାଣ୍ଡ ରାସ୍ତାର କଂକ୍ରିଟ କିମ୍ବା ପିଚୁ କରା ନ ଗଲେ ରାସ୍ତାରୋକୋ କରିବାକୁ ସ୍ଥାନୀୟ ଜନସାଧାରଣ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?